Latest Odisha News

BREAKING NEWS

ଖଲ୍ଲିକୋଟ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀଙ୍କ ନିନ୍ଦା, ଘଟଣାରେ ୮ ଗିରଫ

ବ୍ରହ୍ମପୁର: ଖଲ୍ଲିକୋଟ ଶ୍ରୀକୃଷ୍ଣଶରଣପୁର ରାଜନୈତିକ ହିଂସାକାଣ୍ଡ ଘଟଣାରେ ୮ ଗିରଫ। ଆକ୍ରମଣକାରୀଙ୍କ ମଧ୍ୟରୁ ୮ ଜଣଙ୍କୁ ଗିରଫ କଲା ପୋଲିସ। ପୋଷ୍ଟର ମାରିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ହଣାହଣି ଭଳି ଘଟଣା ଦେଖିବାକୁ ମିଳିଥିଲା। ଉଭୟ ପକ୍ଷର ୭ ଜଣ ଆହତ ଏବଂ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୁଃଖ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଗତକାଲିର ଘଟଣାକୁ ନେଇ ଗଭୀର ନିନ୍ଦା କରିଛନ୍ତି। ସୋସିଆଲ ମଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ। ଗତକାଲି ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୃତକଙ୍କ ପରିବାରକୁ ସମବେଦନା ଜଣାଇଲ ଏବଂ ଆହତ ଥିବା ଲୋକଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ସୂଚନା ଥାଉକି, ଗତକାଲି ସନ୍ଧ୍ୟାରେ ବିଜେପି କର୍ମୀଙ୍କ ଉପରେ ସଂଘବଦ୍ଧ ଆକ୍ରମଣ ହୋଇଥିଲା। ଆକ୍ରମଣରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କର୍ମୀଙ୍କ ମୃତ୍ୟୁ ହୋଇଥିଲା। ଘଟଣାକୁ ନେଇ ପରିବାର ଲୋକଙ୍କ ସହ ଥାନା ଘେରାଉ କରିଛି ବିଜେପି। ଫଳରେ ଖଲ୍ଲିକୋଟରୁ ଭୁବନେଶ୍ୱରକୁ ଯାତାୟତ ପ୍ରଭାବିତ ହୋଇଛି। ଅନ୍ୟ ଜଣେ ଗୁରୁତରଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଗତକାଲି ରାତିରେ ପୋଷ୍ଟର ବ୍ୟାନର ଲାଇବାକୁ ନେଇ ଏହି ରାଜନୈତିକ ହିଂସାକାଣ୍ଡ ଘଟିଥିଲା।

Leave A Reply

Your email address will not be published.