Latest Odisha News

BREAKING NEWS

ଯାଜପୁର ବାରବାଟୀ ଛକ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ, ମୁଖ୍ୟମନ୍ତ୍ରୀ କଲେ ଦୁଃଖ ପ୍ରକାଶ

ଭୁବନେଶ୍ୱର: ଯାଜପୁର ଜିଲ୍ଲା ବାରବାଟୀ ଛକ ଅଞ୍ଚଳରେ ଏକ ଯାତ୍ରୀ ବାହୀ ବସ ଓଭର ବ୍ରିଜରୁ ତଳକୁ ଖସିବା ଘଟଣାରେ ୫ ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଏହି ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାର ବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ଏହା ସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ପୁରୀରୁ କୋଲକାତା ଯିବା ବେଳେ ଆଜି ସଂଧ୍ୟାରେ ଏହି ଦୁର୍ଘଟଣା ଘଟିଛି। ବସରେ ୫୦ରୁ ୬୦ ଯାତ୍ରୀ ରହିଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣା ସମ୍ପର୍କରେ ପୋଲିସ ଏବଂ ଅଗ୍ନିଶମ ବାହିନୀ ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିଛନ୍ତି।

ସ୍ଥାନୀୟ ଏସପି ଓ ଜିଲ୍ଲାପାଳ ମଧ୍ୟ ଉପସ୍ଥିତ ରହିଛନ୍ତି। ପ୍ରାଥମିକ ଅବସ୍ଥାରେ ଆହତ ଯାତ୍ରୀମାନଙ୍କୁ ଧର୍ମଶାଳା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବସ୍‌ଟି ତଳକୁ ଖସିଲା ବେଳେ ଏହା ତଳେ ଲୋକମାନେ ଯିବା ଆସିବା କରୁଥିଲେ। ତେଣୁ ବସ୍‌ ତଳେ କିଛି ଲୋକ ଚାପି ହୋଇଯାଇଥିଲେ।

Leave A Reply

Your email address will not be published.