Latest Odisha News

BREAKING NEWS

ରାମ ନବମୀ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପବିତ୍ର ଶ୍ରୀରାମ ନବମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ପ୍ଲାଟପର୍ମ ‘ଏକ୍ସ’ ରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ଶ୍ରୀରାମ ନବମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି । ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ସତ୍ୟ, ଧର୍ମ, ନ୍ୟାୟ ଓ ଆଦର୍ଶକୁ ପାଥେୟ କରି ସମାଜର ମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିବା। ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦରେ ସମସ୍ତଙ୍କ ଜୀବନ ସୁଖ, ଶାନ୍ତିରେ ପରିପୂର୍ଣ୍ଣ ହେଉ ।

ତେବେ ଆଜି ପବିତ୍ର ରାମନବମୀ ଉପଲକ୍ଷେ ଉତ୍ସବମୁଖର ହୋଇଛି ଦେଶ ଠୁ ଆରମ୍ଭ କରି ସମଗ୍ର ରାଜ୍ୟ । ସକାଳୁ ସକାଳୁ ମଠ ଓ ମନ୍ଦିର ମାନଙ୍କରେ ଭକ୍ତଙ୍କ ପ୍ରବଳ ଭିଡ ପରିଲିକ୍ଷିତ ହୋଇଛି । ସମ୍ୱେଦନଶୀଳ ଅଞ୍ଚଳରେ ଶାନ୍ତି ଶୃଙ୍ଖଳାର ସହ ରାମ ନବମୀ ପାଳନ ପାଇଁ ବ୍ୟାପକ ବନ୍ଦୋବସ୍ତ ଗ୍ରହଣ କରାଯାଇଛି ।

ସେପଟେ, ପ୍ରଭୁ ରାମଚନ୍ଦ୍ରଙ୍କ ଜନ୍ମସ୍ଥଳୀ ଅଯୋଧ୍ୟରେ ଆଜି ବିରାଟ ମହୋତ୍ସବର ଆୟୋଜନ ହେଉଛି । ଏଥିରେ ଦେଶର ବିଭିନ୍ନ ପ୍ରାନ୍ତରରୁ ଶ୍ରଦ୍ଧାଳୁଙ୍କ ସମାଗମ ହେବ ।

Comments are closed.