Latest Odisha News

BREAKING NEWS

ଏହି ଦିନ ଜନଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଗାମୀ ଅଗଷ୍ଟ ୨୪ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ଜନ ଅଭିଯୋଗ ଶୁଣାଣି କରିବେ। ମୁଖ୍ୟମନ୍ତ୍ରୀ ୟୁନିଟ୍-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୁର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଅଭିଯୋଗ ଶୁଣାଣି କରିବେ। ସକାଳ ୮ ଘଟିକା ସମୟରୁ ସେଦିନ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଅଗଷ୍ଟ ୧୯ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ। ଏଥି ନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଉପରୋକ୍ତ ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Leave A Reply

Your email address will not be published.