Latest Odisha News

BREAKING NEWS

ହିଞ୍ଜିଳିକାଟୁରେ ୨୮ କୋଟି ଟଙ୍କାର ୧୪ଟି ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଗଞ୍ଜାମକୁ ମୁଖ୍ୟମନ୍ତ୍ରୀଙ୍କ ନୂଆ ଗିଫ୍ଟ । ହିଞ୍ଚିଳିକାଟୁରେ ୨୮ କୋଟି ଟଙ୍କାର ୧୪ଟି ପ୍ରକଳ୍ପର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହିଞ୍ଜିଳିକାଟୁ RMC ପରିସରରେ ୧୬ କୋଟି ୭୭ ଲକ୍ଷ ୪୧ ହଜାର ଟଙ୍କାରେ ନିର୍ମିତ ଉପଖଣ୍ଡ ଚିକିତ୍ସାଳୟ, ୩ କୋଟି ୨୧ ଲକ୍ଷ ୭୬ ହଜାର ଟଙ୍କାରେ ନିର୍ମିତ ବସ୍‌ ଟର୍ମିନାଲ, ୮୫ ଲକ୍ଷ ୫୬ ହଜାର ଟଙ୍କାରେ ନିର୍ମିତ RMC ମାର୍କେଟ କମ୍ପ୍ଲେକ୍ସ, ୧ କୋଟି ୬୨ ଲକ୍ଷ ୬୯ ହଜାର ଟଙ୍କାରେ ନିର୍ମିତ ନେତାଜୀ ପାର୍କ, ୧ କୋଟି ୧୩ ଲକ୍ଷ ୧୧ ଟଙ୍କାରେ ଅତ୍ୟାଧୁନିକ ଆମିଷ ବଜାର ଓ ୪୦ଲକ୍ଷ ଟଙ୍କାରେ ବ୍ୟୟରେ ନିର୍ମିତ ବରିଷ୍ଠ ନାଗରିକଙ୍କ ପାଇଁ ଚିତ୍ତବିନୋଦନ କେନ୍ଦ୍ରର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ଅବସରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କରୋନା ବିରୋଧରେ ଗଞ୍ଜାମ ଜିଲ୍ଲା ସାହସର ସହ ଲଢ଼ିଛି । ଗଞ୍ଜାମର ସଫଳତା ସାରା ବିଶ୍ୱ ପାଇଁ ଉଦାହରଣ । ସେହିପରି ଶିକ୍ଷା କ୍ଷେତ୍ରରେ ହିଞ୍ଜିଳିକାଟୁ ଆଗକୁ ଯାଉ, ଏହା ମୋର ଲକ୍ଷ୍ୟ ବୋଲି କହିଛନ୍ତି ନବୀନ ।

ଏହାଛଡ଼ା ତାଳସାରି ପାଇଁ ୩୬ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଳସାରି ବେଳାଭୂମିର ରୂପରେଖ ବଦଳିବା ସହ ଚନ୍ଦନେଶ୍ଵର-ଉଦୟପୁର ତାଳସାରି ବେଳାଭୂମିର ଚାରିପାଖ ହେବ ଆଲୋକୀକରଣ । ତାଳସାରୀ ଉଦୟପୁର ବେଳାଭୂମି ସୌନ୍ଦର୍ଯ୍ୟକରଣ ହେବ । ଏଥିପାଇଁ ଭିଡିଓ କନଫରେନ୍ସ ଜରିଆରେ ୩୬ କୋଟି ଟଙ୍କା ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.