Latest Odisha News

BREAKING NEWS

୧୫୯.୨୯ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ବର: ଏକାମ୍ର ବିକାଶର ନୂଆ ଅଧ୍ୟାୟ। ଏକାମ୍ର ନିର୍ବାଚନମଣ୍ଡଳୀରେ ୪ଟି ଉନ୍ନୟନମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲିଙ୍ଗିପୁର ପଞ୍ଚାୟତରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ୧୫୯.୨୯ କୋଟି ବ୍ୟୟରେ ୪ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।

୭୭.୭୪ କୋଟି ଟଙ୍କା ବ୍ୟୟରେ ଧଉଳି ଓ ଟିକରପଡାରେ ନଦୀଗର୍ଭ ଜଳାଶୟ ପ୍ରକଳ୍ପ, ୨୨ କୋଟି ଟଙ୍କା ବ୍ୟୟରେ ଲିଙ୍ଗିପୁର, ଇଟିପୁର ଓ ଟିକରପଡା ଗ୍ରାମପଞ୍ଚାୟତର ଦୟା ଡାହାଣ ପାର୍ଶ୍ବ ନଦୀବନ୍ଧରେ ଦୁଇ ଥାକିଆ ରାସ୍ତା ନିର୍ମାଣ ପ୍ରକଳ୍ପ ହେବ। ସେହିପରି ୪୨.୫୫ କୋଟି ଟଙ୍କା ବ୍ୟୟରେ ବାସୁଆଘାଇର କାମେନାରେ ୬ଟି ପଞ୍ଚାୟତବାସୀଙ୍କ ପାଇଁ ବୃହତ ପାଇପ ଜଳଯୋଗାଣ ପ୍ରକଳ୍ପ ହେବ। ୧୭ କୋଟି ଟଙ୍କା ବ୍ୟୟରେ ଇଟିପୁର ପଞ୍ଚାୟତରେ ଏକ ନୂତନ ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ନିର୍ମାଣ ହେବ । ଏହିସବୁ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଏକାମ୍ର ନିର୍ବାଚନମଣ୍ଡଳୀର ଲୋକ ବିଶେଷ ଭାବରେ ଉପକୃତ ହେବେ।

କାର୍ଯ୍ୟକ୍ରମରେ ବିଜ୍ଞାନ ଓ କାରିଗରୀ ତଥା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ କୁମାର ରାଉତ, ମେୟର ସୁଲୋଚନା ଦାସ ଏବଂ ଓଡ଼ିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.