Latest Odisha News

BREAKING NEWS

ଦୀପାବଳିରେ ଲୋକଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ଦୀପାବଳିରେ ମଧ୍ୟ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନିଜ ଜନ୍ମମାଟି କେନ୍ଦୁଝର ଗସ୍ତ ସମୟରେ ସର୍କିଟ ହାଉସରେ ଜନଶୁଣାଣି କରି ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗ ଶୁଣିଛନ୍ତି । ଲୋକଙ୍କ ସମସ୍ୟାକୁ ବୁଝିବା ସହିତ ଶୀଘ୍ର ସମାଧାନର ପ୍ରତିଶ୍ରୁତି ଦେଇଛନ୍ତି ।


ମୁଖ୍ୟମନ୍ତ୍ରୀ ଲୋକମାନଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ଶୁଣିବା ସହ ସେଗୁଡ଼ିକର ତୁରନ୍ତ ଏବଂ ସମୟୋଚିତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଗସ୍ତ କାଳରେ ମୁଖ୍ୟମନ୍ତ୍ରୀ ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ଜଳସେଚନ ପରି ବିଭିନ୍ନ କ୍ଷେତ୍ରରେ ଅନେକ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ ମଧ୍ୟ କରିଛନ୍ତି ।

Leave A Reply

Your email address will not be published.