ଭୁବନେଶ୍ବର: ୪ ଦିନିଆ ଦିଲ୍ଲୀ ଗସ୍ତରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦିଲ୍ଲୀ ଯାଇଥିବା ବେଳେ ପୁଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଯାଉଛନ୍ତି । ଆଜି ପୁଣି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯିବେ। ଦିଲ୍ଲୀରେ ସାଂସଦ ମାନଙ୍କ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ନେଇ ସୂଚନା ରହିଛି।
ସୂଚନାଥାଉକି,ମୁଖ୍ୟମନ୍ତ୍ରୀ ଗତ ୫ତାରିଖରେ ଦିଲ୍ଲୀରୁ ଫେରିଥିଲେ। ଏହି ଗସ୍ତକାଳରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ମନୋହର ଲାଲ ଖଟ୍ଟରଙ୍କୁ ଭେଟିଥିଲେ।
ଅନ୍ୟପଟେ ରାଜ୍ୟ ବିଜେପି ମୁଖିଆ ମନମୋହନ ସାମଲ ଶନିବାର ବିଳମ୍ବିତ ରାତିରେ ପୁଣିଥରେ ଦିଲ୍ଲୀ ଗସ୍ତରେ ଯାଇଛନ୍ତି।
ସୂଚନାଥାଉକି, ଆଗକୁ ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ନବୀନଙ୍କ ଦିଲ୍ଲୀ ଗସ୍ତକୁ ନେଇ ଆରମ୍ଭ ହୋଇଛି ରାଜନୀତି। ଏବେ ପର୍ଯ୍ୟନ୍ତ ଏହି ନିର୍ବାଚନରେ ବିଜେଡି କାହାକୁ ସମର୍ଥନ ଦେବ, ସେନେଇ କିଛି ବି ସ୍ପଷ୍ଟ ହେଇନି । ବିଜେଡି ଆଉ ବିଜେପି ଦୁଇ ଦଳର ରାଜ୍ୟ ସଭାପତି ଏବେ ଦିଲ୍ଲୀ ଗସ୍ତରେ , ପୁଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଯାଉଛନ୍ତି ତେଣୁ ଚର୍ଚ୍ଚା ହେବା ସ୍ୱାଭାବିକ।
Comments are closed.