ଭୁବନେଶ୍ବର: ଶୁକ୍ରବାର ଭୁବନେଶ୍ୱରରେ ଆୟୋଜିତ ହୋଇଯାଇଛି ରାଜ୍ୟସ୍ଥରୀୟ ନିଯୁକ୍ତି ମେଳା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୬ ହଜାର ୩୯୦ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । କ୍ୟାପିଟାଲ ହାଇସ୍କୁଲ ପଡିଆରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ନୂତନ ଭାବେ ମନୋନୀତ ହୋଇଥିବା ପ୍ରାର୍ଥୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି ।
ଓଡ଼ିଶା ସରକାରଙ୍କ ପ୍ରମୁଖ ୯ ଟି ବିଭାଗ ଯଥା, ସ୍ବାସ୍ଥ୍ୟ ବିଭାଗରେ ୨୭୫୩ ଜଣ ବହୁମୁଖୀ ମହିଳା ସ୍ବାସ୍ଥ୍ୟକର୍ମୀଙ୍କ ସମେତ ୧୧୦ ଜଣ ଆୟୁର୍ବେଦିକ ମେଡିକାଲ୍ ଅଫିସର, ୧୦ ହୋମିଓପାଥିକ ଅଧ୍ୟାପକ ନିଯୁକ୍ତି ପତ୍ର ପାଇଥିବାବେଳେ, ଆୟୁଷ ନିର୍ଦ୍ଦେଶାଳୟରେ ୫ ଜଣ କନିଷ୍ଠ ସହାୟକ ଏବଂ ୨ ହଜାର ୭୫୩ ଜଣ ବହୁମୁଖୀ ମହିଳା ସ୍ବାସ୍ଥ୍ୟକର୍ମୀ ସାମିଲ ଅଛନ୍ତି ।
ସେହିପରି, ଅର୍ଥ, ଜଳସଂପଦ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ସଂଖ୍ୟାଲଘୁ ସଂପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ଗୃହନିର୍ମାଣ ଓ ନଗର ଉନ୍ନୟନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ନବନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ
ଏହି ନିଯୁକ୍ତି ମେଳା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସରକାରଙ୍କ ଲକ୍ଷ୍ୟ । ୨୦୩୬ ସୁଦ୍ଧା ଓଡ଼ିଶାକୁ ୫୦୦ ବିଲିଅନ ଡଲାର ଅର୍ଥନୀତିରେ ପରିଣତ ଲକ୍ଷ୍ୟ ବୋଲି ମୋହନ ମାଝୀ କହିଛନ୍ତି ।
ନିଯୁକ୍ତି ମେଳା ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗୃହ ନିର୍ମାଣ ଓ ନଗରଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ଦକ୍ଷତା ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ ।
Comments are closed.