Latest Odisha News

BREAKING NEWS

୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ: ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କାର୍ଯ୍ୟକ୍ରମ

ଭୁବନେଶ୍ୱର: ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସାଥିରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ ମୁଖ୍ୟମନ୍ତ୍ରୀ ସହ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏହି ଗସ୍ତ କାଳରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

ଆଜି ମଧ୍ୟାହ୍ନ ଗୋଟାଏରେ ରାଷ୍ଟ୍ରପତିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଅପରାହ୍ନରେ ପ୍ରଧାନମନ୍ତ୍ରୀ ମୋଦୀ ଓ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିବେ ବୋଲି ସୂଚନା ରହିଛି। ଏହା ସହିତ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭଗର ମନ୍ତ୍ରୀ ମାନଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି । କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଅର୍ଥମନ୍ତ୍ରୀ ନିର୍ମଳା ସିତାରମଣ, ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ମନ୍ତ୍ରୀ ମାନଙ୍କ ସହିତ ଆହୁରି ଅନେକ ବିଭାଗର ମନ୍ତ୍ରୀ ମାନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

ରାଜ୍ୟରେ ବିଜେପି ସରକାର ଗଠନ କରିବା ପରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀଙ୍କ ଏହା ପ୍ରଥମ ଦିଲ୍ଲୀ ଗସ୍ତ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ସ୍ବାର୍ଥ ସମ୍ବଳିତ ବିଷୟ ଗୁଡ଼ିକ ଉପରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ରାଜ୍ୟର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ସହଯୋଗ କାମନା କରିବେ। ସେହିପରି ରାଜ୍ୟ ପ୍ରସଙ୍ଗରେ ଆଲୋଚନା ସହ ରଥଯାତ୍ରାକୁ ନିମନ୍ତ୍ରଣ କରିବା ସୂଚନା ରହିଛି ।

Leave A Reply

Your email address will not be published.