Latest Odisha News

ବାଲେଶ୍ବର ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପରେ ଏପରି କହିଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର: ଆଜି ଆକାଶ ମାର୍ଗରୁ ବାଲେଶ୍ବର ଜିଲ୍ଲାର ବାଲିଆପାଳ ଓ ଭୋଗରାଇର ବନ୍ୟାଞ୍ଚଳ ପରିଦର୍ଶନ ପରେ ସେଠାକାର ସ୍ଥିତି ଉଦବେଗ ଜନକ ବୋଲି କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲଘୁଚାପ ଜନିତ ବର୍ଷା କରାଣରୁ ୩ଟି ନଦୀରେ ଜଳସ୍ତର ବଢ଼ିଛି । ଫଳରେ ୩ଟି ବ୍ଲକର ୩୫ଟି ଗ୍ରାମପଞ୍ଚାୟତ ବେଶି ପ୍ରଭାବିତ ହୋଇଛି । ଜିଲ୍ଲାର ୬ଟି ବ୍ଲକର ୮ ହଜାର ହେକ୍ଟର ଜମି ଜଳମଗ୍ନ ହୋଇପଡ଼ିଛି ।

ପ୍ରଭାବିତ ଅଞ୍ଚଳବାସୀଙ୍କୁ ବନ୍ୟା ଆଶ୍ରୟସ୍ଥଳୀରେ ରଖାଯାଇ ରନ୍ଧାଖାଦ୍ୟ ଦିଆଯାଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଅନ୍ୟପକ୍ଷେ ଉଦ୍ଧାର କାର୍ଯ୍ୟରେ ୮ ଅଗ୍ନିଶମ, ୩ ଓଡ୍ରାଫ, ୧ ଏନଡିଆରଏଫ ଟିମ୍ ମୁତୟନ ହୋଇଛନ୍ତି ।

ସେହିପରି ସୁବର୍ଣ୍ଣରେଖା ନଦୀରେ ବନ୍ୟା ନିୟନ୍ତ୍ରଣ ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ସ୍ଥାୟୀ ପ୍ରତିକାର ପାଇଁ ରୋଡମ୍ୟାପ କରିବାକୁ ଇଆଇସିଙ୍କୁ କୁହାଯାଇଛି । ଇଆଇସିଙ୍କ ରିପୋର୍ଟ ମିଳିବା ପରେ ଏନେଇ ତୁରନ୍ତ ପଦକ୍ଷେପ ନିଆଯିବ । ପୂର୍ଣ୍ଣିମା କାରଣରୁ ପାଣି ଛାଡୁନି, ଆଉ ଦିନକ ପରେ ସ୍ଥିତି ସ୍ବାଭାବିକ ହେବ ବୋଲି ଆଶା ଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Leave A Reply

Your email address will not be published.