Latest Odisha News

BREAKING NEWS

‘ରଜ’ର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଓ ରାଷ୍ଟ୍ରପତି

ଭୁବନେଶ୍ୱର: ଓଡ଼ିଶାର ପାରମ୍ପରିକ ଗଣ ପର୍ବ ରଜ। ଆଜି ପହିଲି ରଜ। ରଜ ପର୍ବ ପାଇଁ ଆଜି ସାରା ରାଜ୍ୟ ଉତ୍ସବ ମୁଖର। ତିନି ଦିନ ଧରି ଗାଁଠୁ ସହର ସବୁଠୁ ରଜର ଆସର ଜମିଥାଏ। ଆଜି ପହିଲି ରଜରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।

ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇ ଲେଖିଛନ୍ତି, ରଜପର୍ବ ଓଡ଼ିଆ ସଂସ୍କୃତିର ଏକ ଅନନ୍ୟ ଉତ୍ସବ। ଆଜି ପହଲି ରଜରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟରେ ଓ ରାଜ୍ଯ ବାହାରେ ରହୁଥିବା ସମସ୍ତ ଓଡ଼ିଆଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଓ ସମସ୍ତଙ୍କର ମଙ୍ଗଳ କାମନା କରିଛନ୍ତି।

ସେହିପରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏକ୍ସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଲେଖିଛନ୍ତି, ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ‘ରଜ’ ଉପଲକ୍ଷେ ହାର୍ଦ୍ଦିକ ଶୁଭକାମନା । ରଜ ଆମ ଓଡ଼ିଆ ଅସ୍ମିତାର ଅନନ୍ୟ ପରିଚୟ । ପ୍ରକୃତି, ଧରିତ୍ରୀ ଓ ନାରୀକୁ ପୂଜା କରିବା ଏବଂ ସମ୍ମାନ ଜଣାଇବାର ସ୍ୱତନ୍ତ୍ର ପରମ୍ପରା । ପ୍ରକୃତି ସହ ଯୋଡ଼ି ହେବାର ଏହି ମହାନ ପରମ୍ପରା ସମାଜରେ ଭାଇଚାରାକୁ ଆହୁରି ସୁଦୃଢ଼ କରୁ, ଏହା କାମନା।

ଏକ୍ସ ଜରିଆରେ ଗଣପର୍ବ ‘ରଜ’ର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଲେଖିଛନ୍ତି, ରଜ ଉପଲକ୍ଷେ ପ୍ରିୟ ଦେଶବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି । ମାଟି ଓ ମେଘକୁ ସମ୍ମାନ ଜଣାଇ ପିଠା, ମିଠା, ପାନ ଓ ଦୋଳି ଖେଳ ମାଧ୍ୟମରେ ଓଡ଼ିଶାର ଜନସାଧାରଣ ଏହି ପର୍ବକୁ ହର୍ଷୋଲ୍ଲାସ ସହିତ ପାଳନ କରନ୍ତି । କୃଷିଭିତ୍ତିକ ଏହି ରଜ ପର୍ବ ଅବସରରେ ମୁଁ ରାଜ୍ୟ ତଥା ଦେଶବାସୀଙ୍କର ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଛି।

Leave A Reply

Your email address will not be published.