Latest Odisha News

BREAKING NEWS

କାଲି ବ୍ରହ୍ମପୁର ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆସନ୍ତାକାଲି ଅର୍ଥାତ୍ ରବିବାର ବ୍ରହ୍ମପୁର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବ୍ରହ୍ମପୁର ରେଳଷ୍ଟେସନରେ ବନ୍ଦେ ଭାରତ ଟ୍ରେନ୍‌ର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ଏହାପରେ ଉକ୍ତ ଟ୍ରେନରେ ବସି ପୁଣି ଭୁବନେଶ୍ବର ଫେରିବାର କାର୍ଯ୍ୟକ୍ରମ ରହିଛି ।

ଖବର ମୁତାବକ, ରବିବାର ସକାଳ ୯ଟାରେ ସମୟରେ ବ୍ରହ୍ମୁପର ରେଳଷ୍ଟେସନର ୪ ନମ୍ବର ପ୍ଲାଟଫର୍ମ ପ୍ରବେଶ ଦ୍ୱାରାରେ ଥିବା ଖୋଲା ପଡିଆରେ ଜନସଭାକୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାପରେ ୧୧ ଟା ସମୟରେ ପ୍ରଧାନମନ୍ତ୍ରୀ ଆଭାସୀରେ ବନ୍ଦେ ଭାରତ ଟ୍ରେନ୍‌ର ଉଦ୍‌ଘାଟନ କରିବେ ।

ଏହାପରେ ଉକ୍ତ ଟ୍ରେନ୍‌ରେ ଭୁବନେଶ୍ୱର ‌ଫେରିବେ । ଏନେଇ ରେଳ ବିଭାଗ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଅନ୍ୟପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଜି ଓ ଆସନ୍ତାକାଲି ଦୁଇ ଦିନ ପାଇଁ ମହାନଗର ନିଗମ କାର୍ଯ୍ୟାଳୟ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ନିଗମ କର୍ତ୍ତୃପକ୍ଷ ।

Comments are closed.