Latest Odisha News

ଆଜି ଦିଲ୍ଲୀ ଯିବେ ମୋହନ ମାଝୀ, ବିଜେପି ସରକାର ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିଜେପି ସରକାର ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ୨ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏବଂ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର ମୁଖ୍ୟମନ୍ତ୍ରୀ ଭାର ସମ୍ଭାଳିବା ପରେ ଏହା ତାଙ୍କର ପ୍ରଥମ ଦିଲ୍ଲୀ ଗସ୍ତ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସ୍ଵରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସାକ୍ଷାତ କରିବେ କରିବେ ବୋଲି ସୂଚନା ମିଳିଛି। ଏହା ସହିତ ମୁଖ୍ୟମନ୍ତ୍ରୀ ବିଜେପିର କିଛି ଶୀର୍ଷ ନେତୃତ୍ବଙ୍କୁ ମଧ୍ୟ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।

ବିଜେପି ସରକାର ଶପଥ ନେବା ସମୟରେ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ ପ୍ରମୁଖ ଯୋଗ ଦେଇଥିଲେ। ସେମାନେ ସମସ୍ତେ ନବ ନିଯୁକ୍ତ ମନ୍ତ୍ରୀମାନଙ୍କୁ ସ୍ବାଗତ କରିଥିଲେ। ବର୍ତ୍ତମାନ ମନ୍ତ୍ରୀମଣ୍ଡଳ ତରଫରୁ ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯାଇ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିବେ ବୋଲି ଜଣାପଡିଛି।

Leave A Reply

Your email address will not be published.