Latest Odisha News

BREAKING NEWS

ସ୍ୱାଧିନତା ସଂଗ୍ରାମୀ ଗୌରଚନ୍ଦ୍ର ମହାପାତ୍ରଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ତଥା ତଥା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ କନିଷ୍ଠ ପୁତ୍ର ସାହିତ୍ୟିକ ଗୌରଚନ୍ଦ୍ର ମହାପାତ୍ରଙ୍କ ୧୦୪ ବର୍ଷ ବୟସରେ ଦେହାନ୍ତ ଘଟିଛି । ସୂଚନା ଅନୁଯାୟୀ ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ ଏବଂ ଚିକିତ୍ସିତ ଅବସ୍ଥାରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ ୧୯୧୫ ମସିହାରେ ଜନ୍ମଗ୍ରହଣ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କ ପାଖରେ ସମସ୍ତ ପରିବାର ବର୍ଗ ଉପସ୍ଥିତ ଥିଲେ । ତାଙ୍କ ବିୟୋଗରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି ।

ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ଗୌରଚନ୍ଦ୍ର ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସ୍ୱର୍ଗତ ମହାପାତ୍ର ଜଣେ ସଚ୍ଚା ଗାନ୍ଧୀବାଦୀ ନେତା ଥିଲେ ଏବଂ ତାଙ୍କର ସମଗ୍ର ଜୀବନକୁ ସମାଜସେବାରେ ଉତ୍ସର୍ଗ କରିଥିଲେ । ସ୍ୱାଧିନତା ଆନ୍ଦୋଳନର ଶେଷସ୍ତମ୍ଭକୁ ଆମେ ହରାଇଲୁ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ସ୍ୱର୍ଗତଃ ମହାପାତ୍ରଙ୍କ ପରିବାର ପ୍ରତି ମଧ୍ୟ ଗଭୀର ସମବେଦନା ଜ୍ଞାପନ କରିଛନ୍ତି ।

ଏହି ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀଙ୍କ ପରଲୋକରେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା, ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ, ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ଦୋଳଗୋବିନ୍ଦ ପ୍ରଧାନ, ଭଦ୍ରକ ବିଧାୟକ ଯୁଗଳ କିଶୋର ପଟ୍ଟାନାୟକ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ଗୌରଚନ୍ଦ୍ର ମହାପାତ୍ରଙ୍କ ପରଲୋକର ଖବର ପ୍ରଚାରିତ ହେବାପରେ ତାଙ୍କର ଭଦ୍ରକ ନୂଆବଜାରସ୍ଥିତ ବାସଭବନରେ ବିଶିଷ୍ଟ ବ୍ୟକ୍ତିମାନେ ତାଙ୍କୁ ଶେଷଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

Leave A Reply

Your email address will not be published.