Latest Odisha News

କାଲିଠୁ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ: ଅକ୍ଷର ଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତାକାଲିଠାରୁ ତିନି ଦିନ ଧରି ଭୁବନେଶ୍ଵର ଜନତା ମଇଦାନରେ ଅନୁଷ୍ଠିତ ହେବ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ। ଏହାକୁ ସ୍ମରଣୀୟ କରିବା ନିମନ୍ତେ କଳାମଣ୍ଡଳ ପରିସରରେ ନିର୍ମିତ ହୋଇଛି ଅକ୍ଷରଭୂମି। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକ ଅକ୍ଷର ଭୂମିର ଲୋକାର୍ପଣ କରିଛନ୍ତି ।

ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀକୁ ସ୍ମରଣୀୟ କରିବା ପାଇଁ ଖାଣ୍ଡେଲାଇଟ ପଥରରେ କଳିଙ୍ଗ ଶୈଳୀରେ ଓଡ଼ିଶାର କଳା ଓ ଭାସ୍କର୍ଯ୍ଯର ଅପୂର୍ବ ନିଦର୍ଶନ ସ୍ବରୂପ ନିର୍ମିତ ହୋଇଛି ଅକ୍ଷର ଭୂମି । ଓଡ଼ିଆ ବର୍ଣ୍ଣମାଳାରେ ସୁଶୋଭିତ ଅକ୍ଷର ଭୂମି, ଆମ ଭାଷା ପ୍ରୀତିକୁ ଉଜ୍ଜୀବିତ କରି ରଖିବା ସହ ଆମ ଭାଷା ସଂସ୍କୃତି କଳା ଓ ସ୍ଥାପତ୍ୟର ଜୟଗାନକରି ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆମର ମହାନ୍ ଐତିହ୍ୟ ଓ ଶାସ୍ତ୍ରୀୟ ଓଡ଼ିଆ ଭାଷାର ଗୌରବ ବିଷୟରେ ଅକ୍ଷର ଭୂମି ଭବିଷ୍ୟତ ପୀଢିକୁ ପ୍ରେରଣା ଦେଇଚାଲିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି ।

ଲୋକାର୍ପଣ ଉତ୍ସବରେ ସଂସ୍କୃତି ମନ୍ତ୍ରୀ ଅଶ୍ଵିନୀ ପାତ୍ର, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ ମେୟର ସୁଲୋଚନା ଦାସ, ସିଏମଓର ମୁଖ୍ୟ ଉପଦେଷ୍ଟା ବାଲାକ୍ରିଷ୍ଣନ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ଲୋକସମ୍ପର୍କ ବିଭାଗ ପ୍ରମୁଖ ସଚିବ ସଞ୍ଜୟ ସିଂହ ଓ ସଂସ୍କୃତି ସଚିବ ସୁଜାତା ରାଉତ କାର୍ତ୍ତିକେୟ ପ୍ରମୁଖ ଉପସ୍ଥିତ ଥିଲେ ।

Comments are closed.