Latest Odisha News

BREAKING NEWS

ପୁନରୁଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର : ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁନରୁଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ୭ ଦିନ ମଧ୍ୟରେ ଘରଭଙ୍ଗା କ୍ଷତିର ଆକଳନ କରି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ରିଲିଫ, ପୁନର୍ଗଠନ ଓ ପୁନରୁଦ୍ଧାର ପ୍ରକ୍ରିୟା ଉପରେ ସମସ୍ତ ଧ୍ୟାନ କେନ୍ଦ୍ରୀତ କରିବାକୁ ପଡିବ । କ୍ଷତିଗ୍ରସ୍ତ ଜଳମଗ୍ନ ଅଞ୍ଚଳରେ ୭ ଦିନ ପାଇଁ ରିଲିଫ ଘୋଷଣା କରାଯାଇଛି । ପାନୀୟ ଜଳ ଓ ବିଦ୍ୟୁତ ଯୋଗାଣ ପ୍ରକ୍ରିୟା ଖୁବଶୀଘ୍ର ସ୍ବାଭାବିକ କରିବା ପାଇଁ ପରାମର୍ଶ ଦେଇଛନ୍ତି । ସେହିପରି ଯାନବାହାନ ଚଳାଚଳ ପାଇଁ ରାସ୍ତାକୁ ଅବରୋଧ ମୁକ୍ତ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ।

ବାତ୍ୟା ୟାସର ପରିଚାଳନାରେ ଉଲ୍ଲେଖନୀୟ ସଫଳତା ପାଇଁ ପ୍ରଶାସନିକ ଅଧିକାରୀମାନଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ । କହିଛନ୍ତି ଯେ, ସମସ୍ତ ବିଷୟକୁ ଦୃଷ୍ଟିରେ ରଖି ବିଧିବଦ୍ଧ ଯୋଜନା ଏବଂ ତ୍ରୁଟିଶୂନ୍ୟ ପରିଚାଳନା ଯୋଗୁ ବାତ୍ୟା ୟାସର ସଫଳ ମୁକାବିଲା କରାଯାଇପାରିଛି । ଜନସାଧାରଣଙ୍କ ସହଯୋଗରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ଅତ୍ୟନ୍ତ ସଫଳ ଓ ପ୍ରଭାବୀ ବୋଲି ପୁଣି ଥରେ ପ୍ରମାଣିତ କରିପାରିଛି । ବାତ୍ୟା ପ୍ରଭାବିତ ଜିଲ୍ଲାଗୁଡିକର ସମସ୍ତ ଜନସାଧାରଣ, ନାଗରିକ ସଂଗଠନ ମାନଙ୍କୁ ରିଲିଫ ଓ ସ୍ଥାନାନ୍ତର କାର୍ଯ୍ୟରେ ସେମାନଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଛନ୍ତି ।

ବାତ୍ୟା ସମୟରେ କେନ୍ଦ୍ର ସରକାର, ଏନଡିଆରଏଫ, ପାଣିପାଗ ବିଭାଗ ଓ ଅନ୍ୟାନ୍ୟ କେନ୍ଦ୍ରୀୟ ସଂସ୍ଥା ସହଯୋଗର ହାତ ବଢ଼ାଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.