Latest Odisha News

ଖାନୱାରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଧାମନଗର ଖାନୱାରେ ପାଣି ଟାଙ୍କି ସହ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁସଲମାନ ସମ୍ପ୍ରଦାୟର ପ୍ରସିଦ୍ଧ ଧାର୍ମିକସ୍ଥଳ ଖାନୱାରେ ନିର୍ମାଣ ହେବ ଏହି ପାଣିଟାଙ୍କି। ଏଥିରେ ପ୍ରାୟ ୨ ଲକ୍ଷ ଲୋକ ଉପକୃତ ହେବେ।

ପୀରବାବା ହୁଜୁର ମୁଜାହିଦ ଏ ମିଲାତପେଙ୍କ ଅନୁଗାମୀମାନେ ପ୍ରତିଦିନ ବହୁ ସଂଖ୍ୟାରେ ଖନୱାକୁ ଆସିଥାନ୍ତି। ଉର୍ସ ଉତ୍ସବ ସମୟରେ ଏଠାରେ ବିଶେଷ ଭିଡ ପରିଲକ୍ଷିତ ହୁଏ । ସେଠାରେ ଜଳଯୋଗଣରେ ଉନ୍ନତି ହେବା ଦ୍ୱାରା ଛାତ୍ରଛାତ୍ରୀ, ତୀର୍ଥଯାତ୍ରୀ, ଉର୍ସ ମୁଜାହିଦ ଏ ମିଲାତ କମିଟିର ସଦସ୍ୟମାନଙ୍କ ସମେତ ୨ ଲକ୍ଷ ଲୋକ ଉପକୃତ ହେବେ ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କ ଧାମନଗରଗସ୍ତ ବେଳେ ଏହି ଅଭିଯୋଗ ପାଇଥିଲେ। ଖାନୱାର ଏକ ପ୍ରତିନିଧି ଦଳ ତାଙ୍କୁ ଭେଟି ଏ ବିଷୟରେ ଅନୁରୋଧ କରିଥିଲେ। ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ ପାଣ୍ଡିଆନ। ପରେ ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି। ଅସୁବିଧାର ତୁରନ୍ତ ସମାଧାନ ହୋଇଥିବାରୁ ଧାମନଗର ଅଞ୍ଚଳର ମୁସଲମାନ ଭାଇ ଓ ଭଉଣୀମାନେ ମୁଖ୍ୟ ଓ 5T ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Comments are closed.