Latest Odisha News

BREAKING NEWS

ବାତ୍ୟା ମୁକାବିଲାର ଭିଡିଓ କନଫରେନ୍ସିଂରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାତ୍ୟା ମୁକାବିଲା ପାଇଁ ରାଜ୍ୟରେ ଜୋରଦାର ଚାଲିଛି ପ୍ରସ୍ତୁତି । ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନେ ଆଲର୍ଟରେ ଅଛନ୍ତି । ସ୍ଥିତି ଉପରେ ନଜର ରଖିଛନ୍ତି । ଆଜି ବାତ୍ୟା ମୁକାବିଲାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀରୁ ଭିଡିଓ କନଫରେନ୍ସିଂରେ ସ୍ଥିତି ଅନୁଧ୍ୟାନ କରିବେ । ବିଭାଗୀୟ ଅଧିକାରୀ ଓ ପ୍ରଭାବିତ ଆଶଙ୍କା ଥିବା ଜିଲ୍ଲାରେ ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିବେ ମଖ୍ୟମନ୍ତ୍ରୀ ।

ବୈଠକରେ ମୁଖ୍ୟ ଶାସନ ସଚିବ, ସ୍ୱତନ୍ତ୍ର ରିଲିଫ କମିଶନର, ବାତ୍ୟା ପ୍ରଭାବିତ ଆଶଙ୍କା ଥିବା ଜିଲ୍ଲାର ଜିଲ୍ଲାପାଳମାନେ ଯୋଗଦେବେ ବୋଲି ସୂଚନା ମିଳିଛି । ବାତ୍ୟା ଗୁଲାବ ଏବେ ଗୋପାଳପୁରର ପୂର୍ବ-ଦକ୍ଷିଣପୂର୍ବ ଦିଗର ୧୮୦ କିଲୋମିଟର ଓ ଆନ୍ଧ୍ରପ୍ରଦେଶର କଳିଙ୍ଗପଟ୍ଟନମ୍‌ର ପୂର୍ବ ଦିଗର ୨୪୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ରହିଛି । ଗତ ୬ ଘଣ୍ଟାରେ ଘଣ୍ଟାପ୍ରତି ୧୦ କିଲୋମିଟର ବେଗରେ ଆଗକୁ ବଢୁଛି । ବର୍ତ୍ତମାନ ଏହାର ଗତିପଥକୁ ଡପଲର୍ ରାଡାର ସାହାଯ୍ୟରେ ଅନୁଧ୍ୟାନ କରାଯାଉଛି।

Leave A Reply

Your email address will not be published.