Latest Odisha News

BREAKING NEWS

କାଲି ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ବିଏସକେଓ୍ବାଇ କାର୍ଡ

ଭୁବନେଶ୍ବର : ମାଲକାନଗିରି ଓ ସୁନ୍ଦରଗଡ଼ ପରେ ଆସନ୍ତାକାଲି ବଲାଙ୍ଗିର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଗସ୍ତ ଅବସରରେ ବଲାଙ୍ଗିରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଗସ୍ତ ଅବସରରେ ଯାଇ ୩ଟି ସ୍ଥାନରେ କାର୍ଯ୍ୟକ୍ରମରେ ଯୋଗ ଦେବେ । ଟିଟିଲାଗଡ଼ରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିବେ । ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତବେଳେ ପ୍ରାୟ ୩୦୦କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ହେବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ଉଭୟ ଜିଲ୍ଲା ପ୍ରଶାସନ ଓ ବିଜେଡି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଏହାସହ ବିଜେଡି ମନ୍ତ୍ରୀ ଓ ନେତା ବିଭିନ୍ନ ସ୍ଥାନରେ ଉପସ୍ଥିତ ରହି ବିଜୁ ସ୍ବାସ୍ଥ୍ୟ ସ୍ବାର୍ଟ କାର୍ଡ ମଧ୍ୟ ବଣ୍ଟନ କରିବେ । ଏହି ଯୋଜନା ଦ୍ବାରା ପୁରୁଷଙ୍କୁ ୫ ଲକ୍ଷ ଓ ମହିଳାଙ୍କୁ ୧୦ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ସେବା ମିଳିବ ।

Leave A Reply

Your email address will not be published.