Latest Odisha News

BREAKING NEWS

ପଦ୍ମଶ୍ରୀ ମାଗୁଣି ଚରଣଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ବିଶିଷ୍ଟ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ‘ଏକ୍ସ’ ଆକାଉଣ୍ଟରେ ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କେନ୍ଦୁଝର ଜିଲ୍ଲାର ଗୁରୁ ମାଗୁଣି କୁଅଁରଙ୍କର ଓଡିଶାର ଲୁପ୍ତପ୍ରାୟ କଣ୍ଢେଇ ନାଚ ପରମ୍ପରାକୁ ଉଜ୍ଜିବୀତ କରି ରଖିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା । ଅନେକ ପୁରସ୍କାର ଓ ସମ୍ମାନର ଅଧିକାରୀ ଗୁରୁ ମାଗୁଣି କୁଅଁରଙ୍କ ବିୟୋଗ ଓଡିଶାର ପାରମ୍ପରିକ କଳା ଜଗତ ପାଇଁ ଅପୂରଣୀୟ କ୍ଷତି ।

ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟଦା ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ।

ସୂଚନାଯୋଗ୍ୟ, ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଯୋଗୁଁ ଆଜି ନିଜ ପୈତୃକ ଘର ବୈଦରାଜ ସାହିରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା ।

Comments are closed.