Latest Odisha News

BREAKING NEWS

ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ପ୍ରକଳ୍ପର ଭବ୍ୟତାପୂର୍ଣ୍ଣ ପରିବେଶକୁ ଦେଖି ଖୁସିବ୍ୟକ୍ତ କଲେ

ଭୁବନେଶ୍ଵର: ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ୭ମ ଦିନରେ ଆଜି ପୁରୀ ଗସ୍ତ କରି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହିତ ପରିକ୍ରମା ପ୍ରକଳ୍ପର ପୁନଃ ପ୍ରଦକ୍ଷୀଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

5-T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହିତ ପୁରୀ ଯାଇଥିଲେ । ଭକ୍ତ ମାନଙ୍କୁ ମିଳୁଥିବା ନୂତନ ସୁବିଧା ସୁଯୋଗ ସମ୍ପର୍କର ଅନୁଭୂତି ନେବାପାଇଁ ମୁଖ୍ୟମନ୍ତ୍ରୀ ଆଜି ପୁଣି ଥରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିବା ଜଣାପଡିଛି ।

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ବାସୀଙ୍କ ଉନ୍ନତି ଓ ମଙ୍ଗଳ କାମନା କରିଥିଲେ । ପ୍ରକଳ୍ପର ଭବ୍ୟତା ଓ ଆଧ୍ୟାତ୍ମିକତାପୂର୍ଣ୍ଣ ପରିବେଶକୁ ଦେଖି ମୁଖ୍ୟମନ୍ତ୍ରୀ ଆନନ୍ଦ ଓ ସନ୍ତୋଷ ପ୍ରକାଶ କରିଥଲେ । ଗତ ୧୭ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଏହାର ଲୋକାର୍ପଣ କରିଥିଲେ । ଶ୍ରୀମନ୍ଦିରର ସୁରକ୍ଷା, ମହାପ୍ରଭୁଙ୍କ ଯାନିଯାତ୍ରା ଓ ଭକ୍ତ ମାନଙ୍କ ସୁବିଧା ଦୃଷ୍ଟିରୁ ଏହା ଅତି ଜରୁରୀ ଥିଲା ।

ମନ୍ଦିର ଚତୁଃ ପାର୍ଶ୍ଵରେ ୭୫ ମିଟର ପ୍ରଶସ୍ତ ଏହି ପରିକ୍ରମା ପ୍ରକଳ୍ପ ଅତ୍ୟନ୍ତ ଭବ୍ୟ, ସୌନ୍ଦର୍ଯ୍ୟମୟ ହେବା ସହିତ ପିଢ଼ି ପରେ ପିଢ଼ି ଭକ୍ତ ମାନଙ୍କୁ ଏକ ଆଧ୍ୟାତ୍ମିକ ପରିବେଶ ପ୍ରଦାନ କରିବ । ସୁନ୍ଦର ସବୁଜ ପରିବେଶ, ଖଣ୍ଡାଲାଇଟସ୍ ପଥରର ଆକର୍ଷଣୀୟ କାରିଗରୀ କାମ ସହିତ ଭକ୍ତ ମାନଙ୍କ ପାଇଁ କ୍ଲୋକ୍ ରୁମ୍, ସୂଚନା କେନ୍ଦ୍ର, ଆମ୍ପି ଥିଏଟର ଆଦି ଅନେକ ସୁବିଧା କରାଯାଇଛି ।

Leave A Reply

Your email address will not be published.