ଭୁବନେଶ୍ୱର:ଇଂରାଜୀ ନୂଆବର୍ଷ ୨୦୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏହି ଦିନଟି ସରକାରୀ କାର୍ଯ୍ୟ ଦିବସ ରହୁଥିବାରୁ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ ସାଧାରଣ କାର୍ଯ୍ୟ ଦିବସ ଭାବେ ଚାଲିବ। ତେବେ, ମୁଖ୍ୟମନ୍ତ୍ରୀଙ୍କୁ କିମ୍ବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଙ୍କୁ ଇଂରାଜୀ ନବବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବାକୁ କେହି ବ୍ୟକ୍ତିଗତ ଭାବେ ନଆସିବାକୁ ଅନୁରୋଧ କରାଯାଇଛି।
ଏହି ଦିନ ସରକାରୀ କାର୍ଯ୍ୟଦିବସ ରହୁ ଥିବାରୁ, ସମସ୍ତ ରାଜ୍ୟ ସରକାରୀ କାର୍ଯ୍ୟାଳୟରେ ନିୟମିତ କାର୍ଯ୍ୟ ଜାରି ରହିବ। ସରକାରୀ କାର୍ଯ୍ୟାଳୟକୁ କୌଣସି ପ୍ରକାରେ ଇଂରାଜୀ ନୂଆବର୍ଷ ପାଳନର ସ୍ଥଳୀ ନ କରିବାକୁ ପରାମର୍ଶ ଦିଆଯାଇଛି। କେବଳ ବ୍ୟକ୍ତିଗତ ସୌଜନ୍ୟମୂଳକ ସମ୍ଭାଷଣ ବ୍ୟତୀତ କୌଣସି ପ୍ରକାର ଉତ୍ସବ, ଭେଟଘାଟ୍, ଭୋଜିଭାତ, ପାର୍ଟି ଇତ୍ୟାଦି ରାଜ୍ୟ ସରକାରୀ କାର୍ଯ୍ୟାଳୟ ପରିସର ମଧ୍ୟରେ ସମ୍ପୂର୍ଣ୍ଣ ଭାବେ ବାରଣ କରାଯାଉଛି। ସମସ୍ତ କାର୍ଯ୍ୟାଳୟ ଓ ଅନୁଷ୍ଠାନର ମୁଖ୍ୟ ଏହାକୁ କଡାକଡି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।