Latest Odisha News

BREAKING NEWS

ସମ୍ଭାବ୍ୟ ବାତ୍ୟା ଅକ୍ୱାନ୍‌ର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ଫୋକସରେ ଜିରୋ କାଜୁଆଲିଟି

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘ଅକ୍ବାନ’ (Akvan) ର ମୁକାବିଲା ଓ ପ୍ରସ୍ତୁତି ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରସ୍ଥିତ ସ୍ୱତନ୍ତ୍ର ରିଲିଫ୍ କମିଶନର (SRC) କାର୍ଯ୍ୟାଳୟର ନିୟନ୍ତ୍ରଣ କକ୍ଷରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି। ୧ଟି୦ ବିଭାଗର ସଚିବ ଓ ଅଧିକାରୀଙ୍କ ସହ ବୈଠକ ରିଛନ୍ତି। ଏହି ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ରାଜସ୍ୱ ସଚିବ ଏବଂ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ପ୍ରଭାବ ପଡିବାକୁ ଥିବା ୧୯ରୁ ୨୦ ଜିଲ୍ଲାପାଳ ମଧ୍ୟ VCରେ ସାମିଲ ହୋଇଥିଲେ।

ସମ୍ଭାବ୍ୟ ବାତ୍ୟା ଗତି ବଦଳାଇ ଓଡ଼ିଶାରେ ଲ୍ୟାଣ୍ଡଫଲ କରିବ। ଲ୍ୟାଣ୍ଡଫଲ ସମୟରେ ପବନର ବେଗ ୯୦ରୁ ୧୦୦ କିମି ରହିବ। ଆସନ୍ତାକାଲି ଆଉଥରେ ଆକଳନ ପରେ ମିଳିବ ସ୍ପଷ୍ଟଚିତ୍ର। ଆକଳନ ପରେ ପବନର ବେଗ ଆଉଥରେ ନିର୍ଦ୍ଧାରଣ କରାଯିବ। ତେବେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହି ବୈଠକରେ ଜନସାଧାରଣଙ୍କ ଧନଜୀବନ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ‘ଶୂନ୍ୟ ମୃତାହତ’ (Zero Casualty) ନୀତିରେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତଳିଆ ଅଞ୍ଚଳ, ନଦୀକୂଳିଆ ଏବଂ ଭୂସ୍ଖଳନ ପ୍ରବଣ ଅଞ୍ଚଳରୁ ଲୋକଙ୍କୁ ତୁରନ୍ତ ସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିବାକୁ ଗୁରୁତ୍ୱ ଦିଆଯାଇଛି।

ବାତ୍ୟାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହିତ ଘଣ୍ଟାପ୍ରତି ୯୦ ରୁ ୧୦୦ କିଲୋମିଟର ଏବଂ କେତେକ ସ୍ଥାନରେ ୧୧୦ କିଲୋମିଟର ପର୍ଯ୍ୟନ୍ତ ପ୍ରବଳ ଝଟକା ପବନ ବହିବାର ଆଶଙ୍କା ରହିଛି। ୧୧ଟି ଜିଲ୍ଲାକୁ ରେଡୱାର୍ଣ୍ଣିଙ୍ଗ୍ ଅଛି । ଏହି ଜିଲ୍ଲାଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ରାୟଗଡା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ପୁରୀ, ନୟାଗଡ଼ ଏବଂ ଖୋର୍ଦ୍ଧା । ଏହି ଜିଲ୍ଲାମାନଙ୍କରେ ୧୯ ଓ ୨୦ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ଅନ୍ୟାନ୍ୟ ଜିଲ୍ଲା ଗୁଡ଼ିକରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ଉଦ୍ଧାର କାର୍ଯ୍ୟ ପାଇଁ ୬୦ଟି ଓଡ୍ରାଫ୍ ଏବଂ ୧୪ଟି NDRF ସମୁଦାୟ ୭୪ଟି ଟିମ୍ ନିୟୋଜିତ କରାଯାଇଛି । ଅଧିକ ୨୦ଟି ଟିମ୍‌କୁ ମଧ୍ୟ ଆଲର୍ଟରେ ରଖାଯାଇଛି।

ଏପର୍ଯ୍ୟନ୍ତ ୪୬,୦୦୦ରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ୪୬୮ଟି ବାତ୍ୟା ଆଶ୍ରୟସ୍ଥଳୀ କାର୍ଯ୍ୟକ୍ଷମ କରାଯାଇଛି। ଆଉ ୩ ହଜାରରୁ ଅଧିକ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ କରାଯିବ। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୫ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ଜଗତସିଂହପୁରରେ ୧୧ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ବିଭିନ୍ନ ଜିଲ୍ଲାକୁ ଆଗୁଆ ବାତ୍ୟା ସହାୟତା ପାଣ୍ଠି ଦିଆଯାଇଛି। ଗଞ୍ଜାମ ଜିଲ୍ଲା ପାଇଁ ୫ କୋଟିର ଆଗୁଆ ସହାୟତା ଦିଆଯାଇଛି। ୧୫ ଜିଲ୍ଲାକୁ ବାତ୍ୟା ମୁକାବିଲା ପାଇଁ ୨୦ କୋଟିର ଆଗୁଆ ପାଣ୍ଠି ଦିଆଯାଇଛି। ବାତ୍ୟା ମୁକାବିଲା ପାଇଁ ୭ IASଙ୍କୁ ବିଭିନ୍ନ ଜିଲ୍ଳାର ଦାୟିତ୍ବ ଦିଆଯାଇଛି। ସେହିପରି ବିଦ୍ୟୁତ ଓ ପାନୀୟ ଜଳ ବ୍ୟବସ୍ଥାର ପୁନରୁତ୍ଥାନ ପାଇଁ ପ୍ରସ୍ତୁତି କରାଯାଇଛି।

ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀରେ ପର୍ଯ୍ୟାପ୍ତ ପରିମାଣର ଶୁଖିଲା ଖାଦ୍ୟ, ପାନୀୟ ଜଳ, ବିଦ୍ୟୁତ୍, ପରିମଳ ଓ ଜରୁରୀକାଳୀନ ଔଷଧ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକରେ ଅଗ୍ନିଶମ ବାହିନୀ, ଓଡ୍ରାଫ୍ (ODRAF) ଏବଂ ଏନଡିଆରଏଫ୍ (NDRF) ଟିମ୍‌ଗୁଡ଼ିକୁ ଆଗୁଆ ସଜାଗ ରଖାଯାଇଛି। ବିଦ୍ୟୁତ୍ ଓ ଯୋଗାଯୋଗ ବ୍ୟବସ୍ଥାକୁ ତୁରନ୍ତ ସ୍ୱାଭାବିକ କରିବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି।

ଭାରତୀୟ ପାଣିପାଗ ବିଭାଗ (IMD) ର ସୂଚନା ଅନୁଯାୟୀ, ବାତ୍ୟା ‘ଅକ୍ବାନ’ ଗତିପଥ ବଦଳାଇ ଆସନ୍ତା ନଭେମ୍ବର ୨୦ ତାରିଖ ମଧ୍ୟାହ୍ନ ସୁଦ୍ଧା ଆନ୍ଧ୍ରପ୍ରଦେଶର ନରସାପୁର ଏବଂ ଓଡ଼ିଶାର ପୁରୀ ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୯୦ରୁ ୧୦୦ କିଲୋମିଟର ରହିବା ସହ ଝଟକା ପବନ ୧୧୦ କିଲୋମିଟର ପର୍ଯ୍ୟନ୍ତ ଯାଇପାରେ। ବାତ୍ୟା ପ୍ରଭାବରେ ରାଜ୍ୟର ୬ଟି ଜିଲ୍ଲା (ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ କନ୍ଧମାଳ) ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ (Red Warning) ଜାରି କରାଯାଇଛି। ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଏହି ୬ଟି ଜିଲ୍ଲାରେ ନଭେମ୍ବର ୧୯ରୁ ୨୧ ପର୍ଯ୍ୟନ୍ତ ଏବଂ ଖୋର୍ଦ୍ଧା ଜିଲ୍ଲାରେ ନଭେମ୍ବର ୧୯ ଓ ୨୦ ତାରିଖରେ ସମସ୍ତ ସ୍କୁଲ ବନ୍ଦ ଘୋଷଣା କରାଯାଇଛି।

 

Leave A Reply

Your email address will not be published.