Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜ କର୍ମଚାରୀଙ୍କ ଗ୍ରାଚୁଇଟି ବୃଦ୍ଧି

ଭୁବନେଶ୍ବର: ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜର ଶିକ୍ଷକ ଓ କର୍ମଚାରୀମାନଙ୍କ ଗ୍ରାଚୁଇଟି ପରିମାଣକୁ ୫ଲକ୍ଷ ଟଙ୍କାରୁ ସାଢ଼େ ୭ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଏ ସଂକ୍ରାନ୍ତରେ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋଚନ ଚରଣ ମାଝୀ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀ ଅନୁଦାନ ପ୍ରାପ୍ତ ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀ ମାନଙ୍କ ମୃତ୍ୟୁ ଓ ଅବସରକାଳୀନ ଗ୍ରାଚୁଇଟି ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ।

ପ୍ରକାଶ ଥାଉକି, ଏଥିପାଇଁ ବିଭିନ୍ନ ଶିକ୍ଷକ ସଂଘ ମାନେ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିଲେ।

ଏତତବ୍ୟତୀତ, ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟ ଭିଜିଲାନ୍ସରେ ୮ଟି ଅତିରିକ୍ତ ଏସପି, ୨୪ଟି ଡିଏସପି ଓ ୧୬ଟି ପୁଲିସ ସବଇନ୍ସପେକ୍ଟର ପଦବୀ ସୃଷ୍ଟି କରାଯାଇଛି ।

Comments are closed.