Latest Odisha News

BREAKING NEWS

ବାତ୍ୟା ମୁକାବିଲା ପାଇଁ ବିଧାୟକମାନଙ୍କ ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ସମ୍ଭାବ୍ୟ ବାତ୍ୟା ‘ଦାନା’ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସମସ୍ତ ବିଧାୟକମାନଙ୍କର ସହଯୋଗ ଆବଶ୍ୟକ କରିଛନ୍ତି। ପ୍ରଶାସନିକ ସ୍ତରରେ ଆଗୁଆ ପଦକ୍ଷେପ ନିଆଯାଉଥିବା ବେଳେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି ସମସ୍ତ ବିଧାୟକମାନଙ୍କୁ ନିଜ ନିଜ ଅଂଚଳବାସୀଙ୍କ ସହ ରହିବାକୁ ନିଜ ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲ ଏକ୍ସରେ ପରାମର୍ଶ ଦେଇଛନ୍ତି।

ସେ ସମସ୍ତ ବିଧାୟକମାନଙ୍କ ସହଯୋଗ ଲୋଡି  ଲେଖିଛନ୍ତି, “ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବୃଷ୍ଟିପାତ ପରିପ୍ରେକ୍ଷୀରେ ଜିଲ୍ଲା ପ୍ରଶାସନ ସହିତ ସମନ୍ୱିତ ଭାବେ ବାତ୍ୟା ମୁକାବିଲା କରିବା ସହିତ ରିଲିଫ ଓ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ସମସ୍ତ ବିଧାୟକ-ବିଧାୟିକାମାନେ ନିଜ ନିଜ ନିର୍ବାଚନମଣ୍ଡଳୀରେ ଉପସ୍ଥିତ ରହିବା ଆବଶ୍ୟକ। ସମସ୍ତ ବିଧାୟକମାନେ ନିଜ ନିଜ ଅଂଚଳବାସୀଙ୍କ ସହିତ ରହି ସେମାନଙ୍କୁ ଆବଶ୍ୟକୀୟ ସହାୟତା ଦେବା ପାଇଁ ଯଥାସମ୍ଭବ ଚେଷ୍ଟିତ ହୁଅନ୍ତୁ।

 

Comments are closed.