ଭୁବନେଶ୍ବର: ୪ ଜିଲ୍ଲାର ମିଶନ ଶକ୍ତି ମା ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ଆଜି ସଂଧ୍ୟାରେ ନବୀନ ନିବାସଠାରେ ଯାଜପୁର, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ ।
ଯାଜପୁର, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଆସିଥିବା @mission_shakti ମା’ମାନଙ୍କୁ ଭେଟି ସୁବିଧା ଅସୁବିଧା ବିଷୟରେ ବୁଝିଲି। ଜାତୀୟ ପତାକା ପ୍ରସ୍ତୁତ କରିବା ସହ ଏହାର ବଣ୍ଟନରେ ମା’ମାନେ ବହୁତ ବଢିଆ କାର୍ଯ୍ୟ କରିଥିବା ଜାଣି ଖୁସି ହେଲି। ଏପରି ମହତ କାର୍ଯ୍ୟ ପାଇଁ ସମସ୍ତଙ୍କୁ ସାଧୁବାଦ ଜଣାଉଛି। #MissionShakti pic.twitter.com/DB7x1nuvFP
— Naveen Patnaik (@Naveen_Odisha) September 7, 2022
ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ।
ମୁଖ୍ୟମନ୍ତ୍ରୀ ସେମାନଙ୍କ ଉପରେ ଆସ୍ଥା ରଖି ଜାତୀୟ ପତାକା ପ୍ରସ୍ତୁତ ପରି ଏକ ଗୁରୁଦାୟିତ୍ବ ଅର୍ପଣ କରିଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ। ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।
Comments are closed.