Latest Odisha News

BREAKING NEWS

ବାତ୍ୟା କ୍ଷୟକ୍ଷତି ଆକଳନ କରିବାକୁ ଆସନ୍ତାକାଲି ଗଞ୍ଜାମ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ: ବାତ୍ୟା ପ୍ରଭାବିତ ଗଞ୍ଜାମ ଜିଲ୍ଲାରେ କ୍ଷୟକ୍ଷତିର ଆକଳନ କରିବାକୁ ଗଞ୍ଜାମ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଗସ୍ତ କରିବେ । ଏନେଇ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି ।

ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ପ୍ରଥମେ ପୁରୁଷୋତ୍ତମପୁର ଓ ପରେ ଛତ୍ରପୁର ଅଞ୍ଚଳ ପରିଦର୍ଶନ କରିବେ। ଏହି ସମୟରେ ବାତ୍ୟା ଓ ପ୍ରବଳ ବର୍ଷା ଯୋଗୁଁ ପ୍ରଭାବିତ ଅଞ୍ଚଳର ସ୍ଥିତି, ଘର ଦ୍ୱାର, ଚାଷଜମି ଓ ଅନ୍ୟାନ୍ୟ ସମ୍ପତ୍ତିର କ୍ଷୟକ୍ଷତି ସମ୍ପର୍କରେ ଆକଳନ କରିବେ। ଏହାପରେ ସମ୍ପୃକ୍ତ ଅଧିକାରୀଙ୍କ ସହ କ୍ଷୟକ୍ଷତି ଓ ରିଲିଫ୍‌ ବ୍ୟବସ୍ଥା ନେଇ ସମୀକ୍ଷା କରିବେ ।

ମୁଖ୍ୟମନ୍ତ୍ରୀଙ୍କ ଏହି ଗଞ୍ଜାମ ଗସ୍ତକୁ ନେଇ ଜିଲ୍ଲାବାସୀଙ୍କ ମଧ୍ୟରେ ଆଶା ସୃଷ୍ଟି ହୋଇଛି । କ୍ଷୟକ୍ଷତିର ସମୀକ୍ଷା ପରେ ପ୍ରଭାବିତ ଲୋକଙ୍କ ପାଇଁ କି ପ୍ରକାର ସହାୟତା ଘୋଷଣା ହେଉଛି, ତାହା ଉପରେ ରହିଛି ସମସ୍ତଙ୍କ ନଜର ।

Leave A Reply

Your email address will not be published.