Latest Odisha News

BREAKING NEWS

ଡଃ ଗୋପବନ୍ଧୁ ଦାଶଙ୍କ ଗବେଷଣାତ୍ମକ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ସହଯୋଗ ଉପରେ ଡଃ ଗୋପବନ୍ଧୁ ଦାଶଙ୍କ ଲିଖିତ ଗବେଷଣାଭିତ୍ତିକ ପୁସ୍ତକ Dynamics of Indo-South African Cooperation in a Chaning Worldର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ସଂପର୍କ ପ୍ରାଚୀନ ଓ ନିବିଡ । ଉପନିବେଶବାଦ ବିରୋଧରେ ଉଭୟ ଦେଶର ସଂଗ୍ରାମ ଉଭୟଙ୍କୁ ନିକଟତର କରିଛି । ମହାତ୍ମା, ମାଦିବା ଓ ଜାହାଜି ଭାଇମାନେ ଦୁଇ ଦେଶର ଭାବଗତ ସଂପର୍କର ନିଦର୍ଶନ ।

ମହାତ୍ମାଗାନ୍ଧିଙ୍କ ରାଜନୈତିକ ଜୀବନର ମୂଳଦୁଆ ଦକ୍ଷିଣ ଆଫ୍ରିକାରୁ ହିଁ ପଡିଥିଲା। ବର୍ଣ୍ଣ ବୈଷମ୍ୟବାଦ ବିରୋଧରେ ସେଠାରେ ତାଙ୍କର ଅହିଂସା ସଂଗ୍ରାମ ତାଙ୍କୁ ନୂଆ ପରିଚୟ ଦେଇଥିଲା । ଦକ୍ଷିଣ ଆଫ୍ରିକାରେ ଭାରତୀୟଙ୍କ ସଂଖ୍ୟା ଏବେ ମୋଟ ଲୋକସଂଖ୍ୟାର ୩ ପ୍ରତିଶତ ।

ବର୍ଣ୍ଣ ବୈଷମ୍ୟବାଦର ଅବସାନ ପରେ ୧୯୯୪ ଠାରୁ ଉଭୟ ଦେଶ NAM, G-୭୭ ଓ ବ୍ରିକ୍ସ ଆଦି ଅନ୍ତର୍ଜାତୀୟ ପ୍ଲାଟଫର୍ମରେ ଏକାଠି କାର୍ଯ୍ୟ କରି ସେମାନଙ୍କ ମଧ୍ୟରେ ଥିବା ଐତିହାସିକ ସଂପର୍କକୁ ସୁଦୃଢ କରିଛନ୍ତି । କୋଭିଡ ନିୟନ୍ତ୍ରଣ କ୍ଷେତ୍ରରେ ମଧ୍ୟ ଉଭୟ ରାଷ୍ଟ୍ର ଏକାଠି କାମ କରିଛନ୍ତି । ବର୍ତ୍ତମାନର ପରିବର୍ତ୍ତିତ ପରିସ୍ଥିତିରେ ବିଶ୍ବବନ୍ଧୁତ୍ବ ଓ cosmopolitanism ଓ ସ୍ବଦେଶୀ ଭାବ ଉଭୟ ଦେଶ ପାଇଁ ଅନେକ ସୁଯୋଗ ଆଣିଛି ବୋଲି ଡଃ ଦାଶ ତାଙ୍କ ପୁସ୍ତକରେ ମତବ୍ୟକ୍ତ କରିଛନ୍ତି । ଏହା ହିଁ ଆଗାମୀ ଦିନରେ ଭାରତ ଓ ଦକ୍ଷିଣ ଆଫ୍ରିକାର ସଂପର୍କକୁ ନୂଆ ସ୍ତରରେ ପହଞ୍ଚାଇବ ବୋଲି ସେ ଆଶା ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.