Latest Odisha News

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ, ବାଣ୍ଟିବେ BSKY ସ୍ବାର୍ଟ କାର୍ଡ

ଭୁବନେଶ୍ବର : ସ୍ବାସ୍ଥ୍ୟସେବାରେ ଏବେ ସ୍ମାର୍ଟ ହେବ କଳାହାଣ୍ଡି । ମାଗଣାରେ ଉତ୍ତମ ଚିକିତ୍ସା ସେବା ପାଇବେ ଗରିବ ଲୋକ । ଏଥିପାଇଁ ଆସନ୍ତାକାଲି କଳାହାଣ୍ଡି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭବାନୀପାଟଣାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ୪ ଲକ୍ଷ ୫୦ ହଜାରରୁ ଅଧିକ ହିତାଧିକାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବଣ୍ଟନ କରାଯିବ ।

କାର୍ଡରେ ହିତାଧିକାରୀ ଦେଶର ୨୦୦ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ପୁରୁଷଙ୍କ ପାଇଁ ୫ ଲକ୍ଷ, ମହିଳାଙ୍କୁ ୧୦ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ମିଳିବ । ରାଜ୍ୟର ୯୬ ଲକ୍ଷ ପରିବାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ ପାଇବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଜିଲ୍ଲା ପାଇଁ ୬୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

Comments are closed.