Latest Odisha News

BREAKING NEWS

ଆସନ୍ତାକାଲି ରାଉରକେଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ବିଏସକେଓ୍ବାଇ ସ୍ମାର୍ଟ କାର୍ଡ

ଭୁବନେଶ୍ବର : ଆସନ୍ତାକାଲି ରାଉରକେଲାରେ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗସ୍ତ ଅବସରରେ ସୁନ୍ଦରଗଡ଼ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ଆସନ୍ତାକାଲି ସୁନ୍ଦରଗଡ଼ ଜିଲ୍ଲାର ୫୫୦ଟି ସ୍ଥାନରେ ସ୍ମାର୍ଟ କାର୍ଡ ବଣ୍ଟନ କରାଯିବ । ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ୧୨ ଜଣ ମନ୍ତ୍ରୀ ଉପସ୍ଥିତ ରହି ସ୍ମାର୍ଟ କାର୍ଡ ବଣ୍ଟନ କରିବେ ।

ଏହାସହ ୩୮୦ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହୋଇଥିବା ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ସେହିପରି ୧୭୦ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ ହେବ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ଓ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି । ପଶ୍ଚିମାଞ୍ଚଳ ପୋଲିସ ଡିଆଇଜିଙ୍କ ସହ ରାଉରକେଲା ଏସପି, ରାଉରକେଲା ବିମାନବନ୍ଦର ଓ ଇସ୍ପାତ ସୁପର ସ୍ପେଶିଆଲିଟି ହସ୍ପିଟାଲ ଗସ୍ତ କରି ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ରାଉରକେଲା ସହରରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ ।

Leave A Reply

Your email address will not be published.