Latest Odisha News

BREAKING NEWS

ଆନ୍ଧ୍ରପ୍ରଦେଶ ରାଜ୍ୟପାଳଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କୋଭିଡ଼୍ ପଜିଟିଭ୍ ହେବା ପରେ ସେ ବର୍ତ୍ତମାନ ଡ଼ାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି ।

ଏନେଇ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନିଜ ଟୁଇଟରରେ ଲେଖିଛନ୍ତି, ଆନ୍ଧ୍ରପ୍ରଦେଶର ମାନ୍ୟବର ରାଜ୍ୟପାଳ ତଥା ବରିଷ୍ଠ ରାଜନେତା ବିଶ୍ୱଭୂଷଣ ହରିଚନ୍ଦନ କୋଭିଡ଼ ସଂକ୍ରମିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ନେଇ ଅବଗତ ହେଲି । ତାଙ୍କର ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।

Leave A Reply

Your email address will not be published.