Latest Odisha News

BREAKING NEWS

ପବିତ୍ର ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଆଲୋକର ପର୍ବ ଦୀପାବଳି। ପବିତ୍ର ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୀପାବଳି ସମସ୍ତଙ୍କ ଜୀବନରେ ଆନନ୍ଦ ଓ ସମୃଦ୍ଧି ଭରିଦେଉ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି, ମା’ କାଳୀଙ୍କ ପୂଜା ଓ ଦୀପାବଳିର ପବିତ୍ର ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହୁଅନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ।

Leave A Reply

Your email address will not be published.