Latest Odisha News

ଯାଜପୁରରେ ସ୍ୱତନ୍ତ୍ର କୋଭିଡ଼ ହସ୍ପିଟାଲକୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର: କୋଭିଡ଼ ରୋଗୀଙ୍କ ଚିକିତ୍ସା ଲାଗି ଯାଜପୁରରେ ସ୍ବତନ୍ତ୍ର କୋଭିଡ଼ ହସ୍ପିଟାଲକୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ। ଘରୋଇ ସହାୟତା ରେ ଏକ ସ୍ୱତନ୍ତ୍ର କୋଭିଡ଼ ହସ୍ପିଟାଲ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମତି ପ୍ରଦାନ କରିଛନ୍ତି ।

ଯାଜପୁରର ଭୂମିକା ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ସରକାରୀ କୋଭିଡ଼ ହସ୍ପିଟାଲ ଭାବରେ କାର୍ଯ୍ୟ କରିବ। ଏଠାରେ ରୋଗୀମାନଙ୍କୁ ସମ୍ପୂର୍ଣ୍ଣ ମାଗଣାରେ କୋଭିଡ଼ ଚିକିତ୍ସାର ସୁବିଧା ଯୋଗାଇ ଦିଆଯିବ।

ଏହି ହସ୍ପିଟାଲରେ ୧୫୦ଟି ଅକ୍ସିଜେନ ବେଡ଼୍ ସହିତ ୫୦ ଟି ଆଇସିୟୁ ବେଡ୍‌ ମଧ୍ୟ ରହିବ। ଚିକିତ୍ସା ର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିଵେ।

ଏହାଦ୍ବାରା ଯାଜପୁର ତଥା ଆଖ ପାଖ ଅଞ୍ଚଳର ଗୁରୁତର କୋଭିଡ଼ ରୋଗୀ ମାନଙ୍କୁ ଚିକିତ୍ସା ପାଇଁ ଆଉ କଟକ କି ଭୁବନେଶ୍ୱର ଯିବା କୁ ପଡିବ ନାହିଁ ।

 

 

Comments are closed.