Latest Odisha News

BREAKING NEWS

ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ୧୧ଟି ଜିଲ୍ଲାକୁ ଅତିରିକ୍ତ ୫ କେଜି ଚାଉଳ, ୮ କେବିକେ ଜିଲ୍ଲା ସହ…

ଭୁବନେଶ୍ୱର: ଭୁବନେଶ୍ବରରେ ପାଳିତ ହୋଇଛି ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ । ସ୍ବାଧୀନତା ଦିବସ ଅବସରରେ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଅଧିକ ଚାଉଳ ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି । ୧୧ଟି ଜିଲ୍ଲାକୁ ଅତିରିକ୍ତ ୫ କେଜି ଚାଉଳ ମାଗଣାରେ ଯୋଗାଇବାକୁ ନିଷ୍ପତ୍ତି ହୋଇଥିବା ସେ କହିଛନ୍ତି ।

୮ କେବିକେ ଜିଲ୍ଲା ସହ ବୌଦ୍ଧ, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ସୁବିଧା ମିଳିବ । ୩ ମାସ ପାଇଁ ୨୭ ଲକ୍ଷରୁ ଊର୍ଦ୍ଧ୍ବ ପରିବାରକୁ ମିଳିବ ସୁବିଧା । ମୋଟ ୪୧ ହଜାର ୮୨ ମେଟ୍ରିକ ଟନ୍‌ ଅତିରିକ୍ତ ଚାଉଳ ବଣ୍ଟନ କରାଯିବ । ରାଜ୍ୟ ସରକାର ନିଜ ପାଣ୍ଠିରୁ ପ୍ରାୟ ୧୮୦ କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସେହିପରି, ଆଗାମୀ ୫ ବର୍ଷରେ ‘୭୫ ହଜାର କିମି ଉଚ୍ଚମାନର ସଡ଼କ ନିର୍ମାଣ ହେବ । ଆଉ ୪ଟି ନୂଆ ବନ୍ଦର ନିର୍ମାଣ ପାଇଁ ଲକ୍ଷ୍ୟ ରଖିଛୁ । ଇଞ୍ଚୁଡି, ବାହୁଡା, ସୁବର୍ଣ୍ଣରେଖା ଓ ଅସ୍ତରଙ୍ଗରେ ବନ୍ଦର ନିର୍ମାଣ ଲକ୍ଷ୍ୟ ରଖାଯାଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଯେ, ରାଜ୍ୟରେ ଗଠନ ହେବ ଆଉ ୨୧ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ । ରାଜ୍ୟର ମାତ୍ର ୧୭ ପ୍ରତିଶତ ଜନସଂଖ୍ୟା ସହରାଞ୍ଚଳରେ ରହୁଛନ୍ତି । ରାଜ୍ୟର ମାତ୍ର ୧୭ ପ୍ରତିଶତ ଜନସଂଖ୍ୟା ସହରାଞ୍ଚଳରେ ରହୁଛନ୍ତି । ଏଥିସହ ଓଡ଼ିଶା ଆଗାମୀ ଦିନରେ ଫାର୍ମା ହବ୍ ବୋଲି ଗାନ୍ଧୀମାର୍ଗରୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.