Latest Odisha News

BREAKING NEWS

ଏହି ଦୁଇ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର: ଆସନ୍ତା ଦୁଇଟି ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ । ସେହି ଅନୁସାରେ ଅଗଷ୍ଟ ୧୯ ଏବଂ ୨୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଆଗାମୀ ଅଗଷ୍ଟ ୧୯ ତାରିଖ (ସୋମବାର) ଏବଂ ଅଗଷ୍ଟ ୨୬ (ସୋମବାର)ରେ ଭୁବନେଶ୍ୱର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ । ଏହି ଦୁଇ ଦିନ ସରକାରୀ ଛୁଟି ଥିବାରୁ ଏହି ଦିନଗୁଡ଼ିକରେ ଅଭିଯୋଗ ଶୁଣାଣି ବନ୍ଦ ରହିବ ।

Comments are closed.