Latest Odisha News

BREAKING NEWS

ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ବର: ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଯେ, ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶା ସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି ।

ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା ଏବଂ ଗୃହତାଲିକା ପ୍ରସ୍ତୁତି ଆଗାମୀ ଅପ୍ରେଲ୍ ୧୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି କାର୍ଯ୍ୟକ୍ରମରେ, ଏପ୍ରିଲ୍ ୧୬ ତାରିଖରୁ ମେ ୧୫ ତାରିଖ ପର୍ଯ୍ୟନ୍ତ ତାଲିମ ପ୍ରାପ୍ତ ଗଣନାକାରୀ ଓ ସୁପରଭାଇଜର ମାନେ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ କରିବେ ।

ଏହା ପୂର୍ବରୁ ଅପ୍ରେଲ୍ ୧ ତାରିଖରୁ ଅପ୍ରେଲ୍ ୧୫ ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ସ୍ଵ-ଗଣନା କାର୍ଯ୍ୟକ୍ରମ ଜାରି ରହିଛି । ଏଥିରେ ସେଲ୍ଫ ଏନୁମରେସନ୍ ପୋର୍ଟାଲ https://se.census.gov.in ମାଧ୍ୟମରେ ଜନସାଧାରଣ ନିଜର ତଥ୍ୟ ନିଜେ ପ୍ରଦାନ କରୁଛନ୍ତି ।

ଆପଣମାନଙ୍କୁ ଅନୁରୋଧ, ଆପଣ ଯଦି ଏ ପର୍ଯ୍ୟନ୍ତ ତଥ୍ୟ ଦେଇନାହାନ୍ତି, ତେବେ ଏହି ପୋର୍ଟାଲରେ ନିଜର ତଥ୍ୟ ଦିଅନ୍ତୁ ଏବଂ ଜନ ଗଣନାରେ ସହଯୋଗ କରନ୍ତୁ। ମୁଁ ବି ସେଲ୍ଫ ଏନୁମରେସନ୍ କରିଛି । ଆପଣ ବି କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏପ୍ରିଲ ୧୬ ତାରିଖରୁ ତାଲିମପ୍ରାପ୍ତ ଗଣନାକାରୀ ମାନେ ଘର-ଘର ବୁଲି ତଥ୍ୟ ସଂଗ୍ରହ କରିବେ। ଏହି ତଥ୍ୟ ଆମ ରାଜ୍ୟ ତଥା ଦେଶର ଯୋଜନା ପ୍ରଣୟନ ଓ କାର୍ଯ୍ୟାନ୍ଵୟନ ସକାଶେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ତେଣୁ, ଏହି ତଥ୍ୟ ପ୍ରଦାନ ନିମନ୍ତେ ଆପଣମାନେ ସମସ୍ତେ ସହଯୋଗର ହାତ ବଢାଇ କାର୍ଯ୍ୟକ୍ରମକୁ ସଫଳ କରନ୍ତୁ । ଆମ ସରକାର ଏହି କାର୍ଯ୍ୟକ୍ରମ ପାଇଁ ସମସ୍ତ ପ୍ରସ୍ତୁତି କରିସାରିଛନ୍ତି ।

ଗଣନାକାରୀ ଆପଣଙ୍କ ଘରକୁ ଯେଉଁ ସମୟରେ ତଥ୍ୟ ସଂଗ୍ରହ କରିବା ପାଇଁ ଯିବେ, ତାଙ୍କୁ ସଠିକ ତଥ୍ୟ ପ୍ରଦାନ କରି, ଆମ ରାଜ୍ୟ ତଥା ଦେଶର ବିକାଶରେ ସହାୟତା କରନ୍ତୁ । ଓଡ଼ିଶା ସରକାରଙ୍କ ପକ୍ଷରୁ ଏହି ଜାତୀୟ କାର୍ଯ୍ୟକ୍ରମର ସଫଳତା ନିମନ୍ତେ ଆପଣମାନଙ୍କ ଆନ୍ତରିକ ଯୋଗଦାନ ନିମନ୍ତେ ମୁଁ ଅନୁରୋଧ କରୁଛି ।

Leave A Reply

Your email address will not be published.