ଡ୍ରେନ୍ ଟ୍ରାଜେଡି: ଘଟଣାସ୍ଥଳରେ ନଗର ଉନ୍ନୟନ ମନ୍ତ୍ରୀ, ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ବିଏମସି କମିଶନରଙ୍କୁ ନିର୍ଦ୍ଦେଶ
ଭୁବନେଶ୍ବର: ମଙ୍ଗଳବାର ଅପରାହ୍ଣରେ ନାଳରେ ଭାସିଯାଇ ନାବାଳକର ମୃତ୍ୟୁ ଘଟଣାରେ ୟୁନିଟ-୩ ମସଜିଦ୍ କଲୋନୀରେ ପହଞ୍ଚିଲେ ନଗର ଉନ୍ନୟନ ମନ୍ତ୍ରୀ। ୮ ବର୍ଷ ବୟସର ନାବାଳକ ଆବୁ ବକର ସାହର ମୃତ୍ୟୁ ଘଟିବା ପରେ ଆଜି ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଏଥିସହ ସେ ସମୀକ୍ଷା ମଧ୍ୟ କରିଛନ୍ତି।
ଲକ୍ଷ୍ମୀସାଗର ଓସ୍କାର ସିଟି ନିକଟ ନାଳରୁ ଉଦ୍ଧାର କରାଯାଇଥିଲା ମୃତଦେହ। ଘଟଣାସ୍ଥଳରେ ମନ୍ତ୍ରୀ ପହଞ୍ଚି କହିଲେ ବ୍ୟାରିକେଡ୍ କାହିଁକି ହୋଇନି, ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ବିଏମସି କମିସନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ମନ୍ତ୍ରୀଙ୍କର ପ୍ରତିକ୍ରିୟା ଆସିଛି। ସେ କହିଛନ୍ତି, ୭ ଦିନ ମଧ୍ୟରେ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ଆଉ କେତେ ମୁକୁଳା ଡ୍ରେନ୍ ଅଛି, ରିପୋର୍ଟ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର।
ସେହିପରି ୩ ଦିନ ଭିତରେ ବାକିଥିବା ସବୁ ଡ୍ରେନ୍ କଭର୍ ହେବ ବୋଲି ମନ୍ତ୍ରୀ କହିଛନ୍ତି। ଅନ୍ୟପଟେ ଗତକାଲି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ମୃତକଙ୍କ ଘରକୁ ଯାଇ ସମବେଦନା ଜଣାଇଥିଲେ। ଏହାଛଡ଼ା ରାଜ୍ୟ ସରକାର ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ କ୍ଷତିପୂରଣ ବାବଦରେ ୪ ଲକ୍ଷ ଟଙ୍କା ଦିଆଯିବା ନେଇ ଘୋଷଣା କରିଥିଲେ। ସେହିପରି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।
Comments are closed.