Latest Odisha News

BREAKING NEWS

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶିଶୁ ସାଂସ୍କୃତିକ ବିଚିତ୍ରା ଅନୁଷ୍ଠିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶିଶୁ ସାଂସ୍କୃତିକ ବିଚିତ୍ରା ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ମୁଖ୍ୟ ଅତିଥି ନିର୍ଦ୍ଦେଶକ ଦିଲୀପ ରାଉତରାଏ ସମ୍ମାନିତ ଅତିଥି , ସ୍ୱତନ୍ତ୍ର ଶାସନ ସଚିବ ମଧୁସୂଦନ ଦାଶ, ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ଅନୁଜା ତାରିଣୀ ମିଶ୍ର, ବନାନୀ ମହାପାତ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅତିରିକ୍ତ ଶାସନ ସଚିବ ଶୁଭଶ୍ରୀ ନନ୍ଦ, ଉଚ୍ଚଶିକ୍ଷା ବିଭାଗ ଯୁଗ୍ମ ନିର୍ଦ୍ଦେଶକ ସନାତନ ପଣ୍ଡା, ଭୁବନେଶ୍ୱର ବ୍ଲକ ଶିକ୍ଷାଧିକାରୀ ପ୍ରଜ୍ଞା ପାରମିତା ଜେନା ପ୍ରମୁଖ ଯୋଗଦେଇ ଶିଶୁମାନଙ୍କ ଭିତରେ ଥିବା ଲୁକ୍କାୟିତ ପ୍ରତିଭା ବିକାଶ ଉପରେ ଅଧିକ ଗୁରୁତ୍ୱ ଦେବାକୁ ଅଭିମତ ରଖିଥିଲେ।

ରାଜ୍ୟ ସଂଗ୍ରାହଳୟ ଅଧୀକ୍ଷକ ଶ୍ରୀମତୀ ଭାଗ୍ୟଲିପି ମଲ୍ଲଙ୍କ ପରିଚାଳନାରେ ଏହି ଅବସରରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା ଏବଂ କାର୍ଯ୍ୟକ୍ରମ ଶେଷରେ ସେମାନଙ୍କୁ ମାନପତ୍ର, ଓଡ଼ିଆ ପୁସ୍ତକ, ପୁଷ୍ପ ଗୁଚ୍ଛ ଓ ଚକୋଲେଟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା ।

Comments are closed.