Latest Odisha News

BREAKING NEWS

ଗିରଫ ହେଲେ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ବର: ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରିଛି ପୋଲିସ । ଗତକାଲି ବୋଲଗଡ଼ କାଉଁରିପାଟଣା ବୁଥରେ ଇଭିଏମ୍ ଫିଙ୍ଗାଫୋପଡ଼ା ମାମଲାରେ ଗିରଫ କରିଛି ପୋଲିସ । ଗିରଫ ପରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଯାଇଥିବା ସୂଚନା ମିଳିଛି ।

ସୂଚନା ଅନୁଯାୟୀ,ଗତକାଲି ଅପରାହ୍ନରେ ଚିଲିକା  ବିଧାୟକ ପ୍ରଶାନ୍ତ ଜଗଦେବ ଓ ତାଙ୍କ ପତ୍ନୀ କାଉଁରିପାଟଣା ବୁଥରେ ଭୋଟ ଦେବା ପାଇଁ ପହଞ୍ଚିଥିଲେ ।କିଛି ସମୟ ପରେ ଇଭିଏମକୁ ଭଙ୍ଗାରୁଜା କରାଯାଇଥିବା ଅଭିଯୋଗ ଉଠିଥିଲା । ସେ ଭୋଟିଂ ସମୟରେ ଇଭିଏମ୍‌ ଭାଙ୍ଗିବା, ପ୍ରିଜାଇଡିଂ ଓ ପୋଲିଂ ଅଫିସରଙ୍କୁ ମଧ୍ୟ ଆକ୍ରମଣ କରିଥିବା ଅଭିଯୋଗ ହେଇଥିଲା ।

ଉକ୍ତ ଘଟଣାରେ ପୋଲିସ ବିଧାୟକଙ୍କୁ ଉଠାଇ ନେଇ ଖୋର୍ଦ୍ଧା ରିଜର୍ଭ ପୋଲିସ କ୍ୟାମ୍ପସରେ ଅଟକ ରଖିଥିଲା । ତେବେ ସମ୍ପୃକ୍ତ ବୁଥର ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି ।ମତଦାନ ଚାଲିଥିବା ସମୟରେ ବୁଥ୍‌ ଭିତରକୁ ପଶି ପୋଲିଂ ଅଧିକାରୀ ଓ ପ୍ରିଜାଇଡିଂ ଅଫିସରଙ୍କୁ ଗାଳିଗୁଲଜ, ଆକ୍ରମଣ ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି । ଏହି ଘଟଣାକୁ ନେଇ ବିଜେଡି ମଧ୍ୟ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଥିଲା।

 

Leave A Reply

Your email address will not be published.