Latest Odisha News

BREAKING NEWS

ପୁଣି ଖାରଜ ହେଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ

ବାଣପୁର : ପୁଣି ଖାରଜ ହେଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଜାମିନ ଆବେଦନ । ଦୌରା ଜଜଙ୍କ ନିଟକରେ ୨୮ ତାରିଖ ଦିନ ଜାମିନ ଆବେଦନ କରାଯାଇଥିବା ବେଳେ ଆଜି ତାହାର ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ କରାଯାଇଥିଲା ।ଏହି ଶୁଣାଣି ସମୟରେ ଉଭୟ ବିଧାୟକଙ୍କ ଓକିଲ ଓ ସରକାରୀ ଓକିଲ ଯୁକ୍ତି ବାଢିଥିବା ବେଳେ ପରିଶେଷରେ ସହକାରୀ ଦୌରା ଜଜ ମନୋରଞ୍ଜନ ମିଶ୍ର ଚିଲିକା ବିଧାୟକଙ୍କ ଜାମିନ ଆବେନକୁ ଖାରଜ କରିଛନ୍ତି ।

ବର୍ତ୍ତମାନ ବିଧାୟକ ଓକିଲ ଜାମିନ ପାଇଁ ଉଚ୍ଚ ନ୍ୟାୟାଳୟ ଯିବେ ବୋଲି ଜଣାପଡିଛି । ପ୍ରଶାନ୍ତ ଜଗଦେବଙ୍କ ଜାମିନ ଆବେଦନ ଜେଏମଏଫସି କୋର୍ଟରେ ଗତ ୨୨ ତାରିଖ ଦିନ ମଧ୍ୟ ଖାରଜ ହୋଇଥିଲା । ବିଧାୟକ ବର୍ତ୍ତମାନ ବାଣପୁର ସବ ଜେଲରେ ଅଛନ୍ତି ।

ସୂଚନା ଅନୁସାରେ ବିଧାୟକଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଅରୂପ ଚାନ୍ଦ ମାମଲା ପରିଚାଳନା କରୁଥିବା ବେଳେ ସରକାରଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ସଚ୍ଚିତ ମିଶ୍ର ଏବଂ ରମେଶ ଚନ୍ଦ୍ର ବିଷୋୟୀ ପରିଚାଳନ। କରୁଥିଲେ।

Leave A Reply

Your email address will not be published.