Latest Odisha News

BREAKING NEWS

କରୋନା ଭାଇରସ: ୨୪ ଘଣ୍ଟାରେ ଚୀନରେ ୪୭ ମୃତ

ବେଜିଂ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଚୀନରେ ମୃତ୍ୟୁ ସଂଖ୍ୟା ୨୮୩୫ରୁ ଅଧିକ ଟପିଲାଣି ।

ଚୀନର ଜାତୀୟ ସ୍ୱାସ୍ଥ୍ୟ କମିଶନଙ୍କ ସୂଚନାନୁଯାୟୀ କରୋନା ଭାଇରସ୍ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମୋଟ୍ ୭୯,୨୫୧ରୁ ଅଧିକ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି ।

ଅଧିକ ପଢନ୍ତୁ: ବିଶ୍ୱର କେଉଁ ଦେଶ ଗୁଡିକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କେତେ? ଜାଣନ୍ତୁ

ପ୍ରାପ୍ତ ସୂଚନାନୁଯାୟୀ କରୋନା ଭାଇରସ୍ ଦ୍ୱାରା ହୁବଇରେ ୪୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବେଜିଂରେ ଜଣେ ଏବଂ ହେନନରେ ଅନ୍ୟଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି ।

ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଥାଇଲାଣ୍ଡ, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୨୫ଟି ଦେଶକୁ ମଧ୍ୟ କୋରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।

Leave A Reply

Your email address will not be published.