Latest Odisha News

BREAKING NEWS

କରୋନା ଭାଇରସ: ଚୀନରେ ମୃତ୍ୟୁ ସଂଖ୍ୟା ୧୭୫୦ ଛୁଇଁଲା, ୭୦ ହଜାର ସଂକ୍ରମିତ

ବେଜିଂ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଚୀନରେ ମୃତ୍ୟୁ ସଂଖ୍ୟା ୧୭୦୦ରୁ ଅଧିକ ଟପିଲାଣି । ଏହାବ୍ୟତିତ ୭୦,୪୦୦ରୁ ଅଧିକ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି ।

ଜାତୀୟ ଗଣମାଧ୍ୟମର ସୂଚନାନୁଯାୟୀ କରୋନା ଭାଇରସ୍ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପାଖାପାଖି ୧୯୩୩ ଜଣ ବ୍ୟକ୍ତି ନୂଆ ଆକ୍ରାନ୍ତ ହୋଇଥିବା ନେଇ ଜଣାପଡିଛି ।

ଅଧିକ ପଢନ୍ତୁ: କରୋନା ଭାଇରସ୍ ଆତଙ୍କ: କ’ଣ ନ’କରିବା ଉଚିତ୍ ଜାଣନ୍ତୁ…

ପ୍ରାପ୍ତ ସୂଚନାନୁଯାୟୀ କରୋନା ଭାଇରସ୍ ଦ୍ୱାରା ସଂକ୍ରମିତଙ୍କ ସଂଖ୍ୟା ୭୦,୪୦୦ରେ ପହଞ୍ଚିଥିବା ବେଳେ ମୁଖ୍ୟକେନ୍ଦ୍ର ପାଲଟିଛି ହୁବଇର ବୁହାନ ସହର । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସେଠାକୁ ଡାକ୍ତରୀ ଟିମ୍ ପଠାଇବା ଲାଗି ପ୍ରସ୍ତୁତି ଜାରି ରହିଛି । ବର୍ତ୍ତମାନ ସମୟରେ ଚୀନ ମାର୍କେଟରେ ଜୀବଜନ୍ତୁ ବ୍ୟାପାର ଉପରେ ରୋକ୍ ମଧ୍ୟ ଲଗାଯାଇଛି ।

ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଥାଇଲାଣ୍ଡ, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୨୫ଟି ଦେଶକୁ ମଧ୍ୟ କୋରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।

Leave A Reply

Your email address will not be published.