Latest Odisha News

BREAKING NEWS

ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା। ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ଆଜି ଶ୍ରାବଣ କୃଷ୍ଣ ଅମାବାସ୍ୟ ତିଥି। ଏହି ଅବସରରେର ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଚିତାଲାଗି ଅମାବାସ୍ୟା। ଏଥିପାଇଁ ଅପରାହ୍ଣ ଦ୍ୱିପହର ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଥମ ଭୋଗ ମଣ୍ଡପ ସରିବା ପରେ ଅପହରାହ୍ଣ ୨ଟାରୁ ସନ୍ଧ୍ୟା ୬ଟା ଯାଏ ଶ୍ରୀବିଗ୍ରହଙ୍କ ଦର୍ଶନ ବନ୍ଦ ରହିବ।

ଶ୍ରୀମନ୍ଦିରରେ ହେବ ସ୍ୱତନ୍ତ୍ର ନୀତିକାନ୍ତି । ମହାପ୍ରଭୁଙ୍କୁ ଲାଗି ହେବ ହୀରା ଖଚିତ ଚିତା । ପତି ମହାପାତ୍ର ସେବାୟତ ସଂସ୍କାର କରିବା ପରେ ତିନି ବାଡର ବାଡ଼ଗ୍ରାହୀ ଓ ଅନ୍ୟାନ୍ୟ ଦଇତାପତି ସେବାୟତ ମହାପ୍ରଭୁଙ୍କୁ ଏହି ଚିତା ଲାଗି କରିବେ । ମହାପ୍ରଭୁ ଜଗନ୍ନାଥଙ୍କୁ ସୁଭ୍ର ହୀରା ଖଚିତ ରତ୍ନଚିତା, ଶ୍ରୀବଳଭଦ୍ରଙ୍କୁ ନୀଳା ଓ ଦେବୀ ସୁଭଦ୍ରାଙ୍କୁ ପାନା ହୀରା  ଖଚିତ ରତ୍ନ ଚିତା ଲାଗି କରାଯିବ। ଚିତାଲାଗି ପରେ ମହାପ୍ରଭୁଙ୍କର ମହାସ୍ନାନ କରାଯିବ ।

ସ୍ନାନପୂର୍ଣ୍ଣମୀରେ ସ୍ନାନ ପରେ ମହାପ୍ରଭୁ ଅଣସର ଘରେ ଥିଲେ। ସେହି ସମୟରେ ଶ୍ରୀଜିଉଙ୍କ ଶ୍ରୀଅଙ୍ଗରୁ ଚିତା ଗୁଡିକୁ କାଢ଼ି ନିଆଯାଇଥିଲା । ରଥଯାତ୍ରା ସମୟରେ ମହାପ୍ରଭୁଙ୍କୁ ସୋଲ ଚିତା ଲାଗି କରାଯାଇଥିଲା । ଆଜି ସେହି ସୋଲ ଚିତାକୁ କଢ଼ାଯାଇ ହୀରା ଖଚିତ ଚିତା ଲାଗି କରାଯିବ । ଶ୍ରୀମନ୍ଦିରରେ ପ୍ରଥମ ଭୋଗମଣ୍ଡପ ନୀତି ସରିବା ପରେ ଏହି ବିଶେଷ ନୀତି ଅନୁଷ୍ଠିତ ହେବ ।

Leave A Reply

Your email address will not be published.