Latest Odisha News

BREAKING NEWS

Attack: ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ପରେ ସଂଘର୍ଷ;ଜଣେ ମୃତ, ୨ଗୁରୁତର

ବରଗଡ:  ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ସୂଚନା । ଗୋଷ୍ଠୀ ସଂଘର୍ଷର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ୨ ଗୋଷ୍ଠୀ ମଧ୍ୟରେ ପ୍ରଥମେ ବଚସା ଓ ପରେ ହାତାହାତି ହୋଇଥିଲେ। ଭୁଜାଲି ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।

ମୃତକଙ୍କ ୨ ସାଙ୍ଗ ଗୁରୁତର ଅବସ୍ଥାରେ ବରଗଡ଼ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ପରେ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି ।

ଘଟଣା ସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଘଟଣା ସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଛି।

Leave A Reply

Your email address will not be published.