Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆ ରୂପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ସ୍ମାର୍ଟ ହେଲ୍‌ଥ କାର୍ଡ

ଭୁବନେଶ୍ୱର: ୭୫ତମ ସ୍ୱାଧୀନତା ଦିବସ ଅବସରରେ ରାଜ୍ୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ନେଇ ଏକ ଐତିହାସିକ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ ଲାଗୁ କରାଯିବ । ଏଥିପାଇଁ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ । ସାରା ଓଡିଶାରେ ପର୍ଯ୍ୟାୟକ୍ରମେ ଏହି କାର୍ଡ ଦିଆଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏଭଳି ସ୍ମାର୍ଟ ହେଲ୍‌ଥ କାର୍ଡ ଦେବାରେ ଓଡିଶା ଦେଶର ପ୍ରଥମ ରାଜ୍ୟ । ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି, ଜାତୀୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ, ଅନ୍ନପୂର୍ଣ୍ଣା ଓ ଅନ୍ତଦ୍ୟୋୟ ହିତାଧିକାରୀ ସମସ୍ତଙ୍କୁ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ ।

ଏଥିରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପ୍ରତି ବର୍ଷ ମିଳିବ । ଓଡିଶା ସମେତ ସାରା ଦେଶର ୨୦୦ରୁ ଅଧିକ ବଡ଼ ବଡ଼ ହସ୍‌ପିଟାଲ ଚେନମାନଙ୍କରେ ମିଳିବ ଚିକିତ୍ସା ସୁବିଧା । ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ସାରା ଦେଶର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିବ ।

ଓଡିଶାବାସୀଙ୍କୁ ସ୍ୱାସ୍ଥ୍ୟ ନିରାପତ୍ତାକୁ ଅଧିକ ସୁଦୃଢ କରିବାରେ ଏହି ବ୍ୟବସ୍ଥା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା କରିଛନ୍ତି । ରାଜ୍ୟରେ ସ୍ୱାସ୍ଥ୍ୟ ସେବା ବିକାଶରେ ଏହା ଏକ ନୂଆ ଯୁଗ ଆରମ୍ଭ କରିବ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ପ୍ରତିଟି ଜୀବନ ତାଙ୍କ ପାଇଁ ମୂଲ୍ୟବାନ ।

ଯେତେବେଳେ ଲୋକମାନେ ଚିକିତ୍ସା ପାଇଁ ଜମି ବିକିବା, ସୁନା ବିକିବା ଓ ପିଲାଙ୍କ ପାଠ ବନ୍ଦ କରିବା ଖବର ମିଳେ, ସେତେବେଳେ ତାଙ୍କୁ ବହୁତ କଷ୍ଟ ଲାଗେ । ଲୋକଙ୍କର ଏହି ଦୁଃଖ ଦୂର କରିବା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ ଲାଗୁ କରାଯିବ ବୋଲି ଘୋଷଣା କରୁଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.