Latest Odisha News

ବୋରିଗୁମ୍ମା ଦୁର୍ଘଟଣାରେ ୩ମୃତ, ପ୍ରତି ମୃତକଙ୍କ ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା 

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ବୋରିଗୁମ୍ମା ସଡକ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟଣା। ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇଲେ । ଏଥିସହ ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଓ ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

କୋରାପୁଟ ବୋରିଗୁମ୍ମା ବିଜାପୁର ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା। ଦ୍ରୁତଗତିରେ ଆସୁଥିବା ସ୍କର୍ପିଓ ଏକ ଅଟୋକୁ ପଛପଟୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ ଦୁଇ ଜଣ ମହିଳା ଓ ଜଣେ ପୁରୁଷ ରହିଛନ୍ତି। ଅଟୋରେ ଥିବା ୧୩ଯାତ୍ରୀ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି।ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜକୁ ସ୍ଥାନାନ୍ତରିତ କରାଯାଇଛି। ଅନ୍ୟ ୯ ଜଣ ବୋରିଗୁମ୍ମା ମେଡିକାଲରେ ଭର୍ତ୍ତି ହୋଇଛନ୍ତି।

Comments are closed.