Latest Odisha News

BREAKING NEWS

କନ୍ଧମାଳ ସଡକ ଦୁର୍ଘଟଣା: ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର : କନ୍ଧମାଳ ଜିଲ୍ଲା ବାଲିଗୁଡାଠାରେ ମଙ୍ଗଳବାର ଦିନ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୮ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରି ମୃତକଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଏଥିସହିତ ସମସ୍ତ ଆହତମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇଦେବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଆହୁରି ମଧ୍ୟ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Leave A Reply

Your email address will not be published.