Latest Odisha News

BREAKING NEWS

ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୩ ଲକ୍ଷ ଟଙ୍କାର ଋଣ ବିନା ସୁଧରେ ଦିଆଯିବ: ମୁଖ୍ୟମନ୍ତ୍ରୀ

ପୁରୀ: ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମକୁ ଆହୁରି ଶକ୍ତିଶାଳୀ ଓ ପ୍ରଭାବୀ କରିବାପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ସ୍ୱୟଂ ସହାୟିକ ଗୋଷ୍ଠୀମାନଙ୍କୁ ବିନା ସୁଧରେ ଋଣ ଦେବା ଲାଗି ଘୋଷଣା କରିଛନ୍ତି । ଆଜି ପୁରୀରେ ମିଶନ ଶକ୍ତି ସମାବେଶରେ ଯୋଗଦେଇ ଏହି ଘୋଷଣା କରିଛନ୍ତି । ଏହାଦ୍ୱାରା ରାଜ୍ୟର ୬ ଲକ୍ଷ ମହିଳା ସ୍ୱୟଂ ସହାୟିକ ଗୋଷ୍ଠୀର ୭୦ ଲକ୍ଷ ମହିଳା ଉପକୃତ ହେବେ ।

ଏହାସହିତ ନୂତନ ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ପାଇଁ ୧୫ ହଜାର ଟଙ୍କା ସିଡ୍ ମନି ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ ମଧ୍ୟ କରିଛନ୍ତି । ଏହି ଅବସରରେ ପ୍ରତି ବ୍ଲକସ୍ତରୀୟ ମହାସଂଘ ନିମନ୍ତେ ୨୫ ଲକ୍ଷ ଟଙ୍କାର ସହାୟତା ପାଣ୍ଟି ଓ ଡିଜିଟାଲ ସଶକ୍ତିକରଣ ପାଇଁ ମୋବାଇଲ୍ ଫୋନ କିଣିବାକୁ ପ୍ରତ୍ୟେକ ସ୍ୱୟଂ ସହାୟକ ଗୋଷ୍ଠୀକୁ ୩୦୦୦ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରାଯାଇଛି । ଅଙ୍ଗନବାଡ଼ି କର୍ମୀମାନଙ୍କୁ ୫୦୦ ଟଙ୍କା ଓ ସହାୟିକା ମାନଙ୍କୁ ୨୦୦ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ।

ପୁରୀରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ପ୍ରାୟ ୫୦, ୦୦୦ ମହିଳା ଏସଏଚଜି ପ୍ରତିନିଧିମାନେ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସି ଯୋଗଦେଇଥିଲେ ।

Leave A Reply

Your email address will not be published.