Latest Odisha News

ସୋନପୁର ବୋଲେରୋ ଦୁର୍ଘଟଣା, ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ୨ଲକ୍ଷ ସହାୟତା ଘୋଷଣା

ସୁବର୍ଣ୍ଣପୁର : ସୋନପୁର ବୋଲେରୋ ଦୁର୍ଘଟଣା ରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ । ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା । ସୁବର୍ଣ୍ଣପୁର ଜିଲ୍ଲା ମହାନଦୀ ପୋଲ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗଭୀର ଶୋକପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହାବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ବ୍ୟକ୍ତିମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏବଂ ସେମାନଙ୍କର ଆଶୁଆରୋଗ୍ୟ କାମନା କରିଛନ୍ତି ।

ଆଜି ଭୋରରୁ ସୋନପୁର ମହାନଦୀ ବ୍ରିଜ୍ ଉପରେ ବୋଲେରୋ ଟ୍ରକ୍ ମୁହାଁମୁହିଁ ଧକ୍କାରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତଙ୍କୁ ପ୍ରଥମେ ସୋନପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବୁର୍ଲା ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।

ଦୁର୍ଘଟଣାର ଶିକାର ହୋଇଥିବା ଲୋକେ ଉଲୁଣ୍ଡା ବ୍ଲକ ନିମ୍ନା ଗାଁରୁ ବିନିକା ବ୍ଲକ କୌଡ଼ିଆମୁଣ୍ଡା ଗାଁକୁ ବାହାଘର ଭୋଜି ଖାଇବାକୁ ଯାଇଥିଲେ । ବାହାଘର ଭୋଜି ଖାଇ ଫେରିବା ବେଳେ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି ।

Comments are closed, but trackbacks and pingbacks are open.